ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ। ଛାତ୍ରଛାତ୍ରୀମାନଙ୍କୁ କୋଚିଂ ପାଇଁ ନିଷ୍ପତ୍ତି ହୋଇଛି । ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ । ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ TV ଓ interactive panel install କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା, neet ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା jee ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି । ପ୍ରତିଦିନ କୋଚିଂ କ୍ଲାସର ଉପସ୍ଥାନ ସମ୍ପର୍କରେ ନୋଡାଲ ଅଫିସର ନିର୍ଦ୍ଦେଶାଳୟକୁ ଅବଗତ କରାଇବେ । ଅନଲାଇନ୍ କ୍ଲାସ ସମୟରେ କଲେଜ୍ କର୍ତ୍ତୃପକ୍ଷ ପିଲାଙ୍କୁ ସହାୟତା କରିବାକୁ ମେଣ୍ଟର ଟିଚରଙ୍କୁ ନିଯୁକ୍ତ କରିବେ ।
Trending
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା