ପୁରୀ: ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୧୭ ତାରିଖରେ ପୁରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାକୁ ଦୃଷ୍ଟିରେ ରଖି ପୁରୀ ସହରକୁ ସୌନ୍ଦର୍ୟ୍ୟମୟ କରିବା ପାଇଁ ଯୁଦ୍ଧକାଳୀନ ଭିତିରେ ଆଗେଇ ଚାଲିଛି କାର୍ଯ୍ୟ । ଏପଟେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବାକୁ ଥିବାରୁ ସୁରକ୍ଷା ବ୍ୟବସ୍ଥା ଉପରେ ସ୍ୱତନ୍ତ୍ର ଧ୍ୟାନ ରଖାଯାଇଛି । ପୁରୀରେ ୫ଶହରୁ ଅଧିକ ସିସିଟିଭି କ୍ୟାମେରା ଲଗାଯାଉଛି । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ପାଇଁ ବହୁ ଲୋକଙ୍କ ସମାଗମ ହେବ ପୁରୀରେ । ଏଥିପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ପୁରୀକୁ ଡ୍ରୋନ ସିକ୍ୟୁରିଟିରେ ରଖାଯିବ । ଭିଭିଆଇପି ଓ ସାଧାରଣ ଭକ୍ତଙ୍କ ପାଇଁ କରାଯିବ ସ୍ୱତନ୍ତ୍ର ବ୍ୟବସ୍ଥା । ଶ୍ରୀମନ୍ଦିର ଚାରିପାଶ୍ୱର୍ରେ ସିସିଟିଭି କ୍ୟାମେରା ଲାଗିବ । ବସଷ୍ଟାଣ୍ଡ, ମାଳତୀପାଟପୁର ବସଷ୍ଟାଣ୍ଡ, ଶ୍ରୀଦାଣ୍ଡ, ବଡ଼ଦାଣ୍ଡ ସମେତ ବାଟମଙ୍ଗଳା, ହେଲିପ୍ୟାଡ୍ ସହ ବିଭିନ୍ନ ଛକ ସ୍ଥାନରେ କ୍ୟାମେରା ଲଗାଯାଉଥିବା କହିଛନ୍ତି ସଂପୃକ୍ତ ଠିକାସଂସ୍ଥାର ଅଧିକାରୀ ।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post