ମାଲକାନଗିରି: ସ୍ବାଭିମାନ ଅଞ୍ଚଳରେ ଉଇଁଲା ନୂଆ ସୂର୍ଯ୍ୟ । ରୂପାନ୍ତରଣ ଅଧ୍ୟାୟରେ ମାଲକାନଗିରି । ଉଦଘାଟନ ହେଲା ବହୁପ୍ରତୀକ୍ଷିତ ମାଲକାନଗିରି ବିମାନବନ୍ଦର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରି ଏହାର ଲୋକାର୍ପଣ କରିଛନ୍ତି । 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ । ପ୍ରାୟ ୨୩୩ ଏକର ଅଞ୍ଚଳରେ ନିର୍ମିତ ବିମାନ ବନ୍ଦରରେ ୧୬୨୦ ମିଟର ଇନଟୁ ୩୦ ମିଟର ରନଓ୍ବେ ନିର୍ମାଣ ହୋଇଛି । ୭୦ କୋଟି ଟଙ୍କା ବ୍ୟୟରେ ଏହି ବିମାନ ବନ୍ଦରର ଉନ୍ନତିକରଣ ହୋଇଛି । ଏଠାରେ ମଧ୍ୟମ ବର୍ଗର ଉଡାଜାହାଜ ଅବତରଣ କରିପାରିବା ସୁବିଧା ରହିଛି । ବିମାନ ବନ୍ଦରର ସମସ୍ତ ନିର୍ମାଣ ଖର୍ଚ୍ଚ ରାଜ୍ୟ ସରକାର ବହନ କରିଛନ୍ତି । ଭୁବନେଶ୍ୱର, ଝାରସୁଗୁଡ଼ା, ଜୟପୁର, ଉତ୍କେଲା, ରାଉରକେଲା ଓ ରଙ୍ଗେଇଲୁଣ୍ଡା ପରେ ଆକାଶ ପଥରେ ଯୋଡି ହୋଇଛି ମାଲକାନଗିରି । ବିମାନ ସେବା ଆରମ୍ଭ ହେଲେ ଜିଲ୍ଲାରେ ସାମାଜିକ ଓ ଆର୍ଥିକ ବିକାଶ ତ୍ୱରାନ୍ୱିତ ହେବ । ପୁଞ୍ଜିନିବେଶ ସୁଯୋଗ ସୃଷ୍ଟି ହେବା ସହ ଲୋକଙ୍କୁ କର୍ମନିଯୁକ୍ତି ମିଳିବ ।ଆକାଶ ପଥରେ ଯୋଡି ହୋଇଛି ମାଲକାନଗିରି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post