ୟୁନାଇଟେଡ ଇଣ୍ଡିଆ ଇନ୍ସ୍ୟୁରାନ୍ସ କମ୍ପାନୀ ଲିମିଟେଡ ପକ୍ଷରୁ ଅନେକ ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଆଡମିନିଷ୍ଟ୍ରେଟିଭ୍ ଅଫିସର ସ୍କେଲ-୧ (ଜେନେରାଲିଷ୍ଟ) ପଦରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀମାନେ ନିମ୍ନ ପ୍ରଦତ୍ତ ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଜାନୁଆରୀ ମାସ ୮ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜାନୁଆରୀ ୨୩ ତାରିଖରେ ସମାପ୍ତ ହେବ । ପରୀକ୍ଷାର ୧୦ ଦିନ ପୂର୍ବରୁ ପ୍ରାର୍ଥୀମାନେ ସେମାନଙ୍କର କଲ୍ ଲେଟର ଡାଉନଲୋଡ୍ କରିପାରିବେ । ୨୦୨୩ ମସିହା ଡିସେମ୍ବର ମାସ ୩୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ବର୍ଷ ଓ ସର୍ବାଧିକ ବୟସ ୩୦ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ ।ମୋଟ ୨୫୦ଟି ପଦ ଖାଲି ରହିଥିବା ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା ସ୍ନାତକ ପାସ୍ ରହିଛି । ୟୁଆର, ଅନ୍ୟ ପଛୁଆ ବର୍ଗ (ଓବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ପ୍ରାର୍ଥୀଙ୍କ ପାଇଁ ପଦ ସଂଖ୍ୟା ଅଲଗା ଅଲଗା ରହିଛି । ୟୁଆର, ଓବିସି ପ୍ରାର୍ଥୀଙ୍କ ପାଇଁ ଆବେଦନ ଫିସ୍ ୧୦୦୦ ଟଙ୍କା ରହିଥିବା ବେଳେ ଏସସି, ଏସଟି, ପିଡବ୍ଲ୍ୟୁବିଡି ପ୍ରାର୍ଥୀଙ୍କ ପାଇଁ ୨୫୦ ଟଙ୍କା ରଖାଯାଇଛି ।
Trending
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
Next Post