ରାଜ୍ୟରେ ଶୀତ ଲହରୀ ସହ କଲବଲ କରୁଛି ଘନ କୁହୁଡ଼ି । ଦୃଶ୍ୟମାନ ଦୂରତା ୫୦ ମିଟରୁ କମ ରହୁଥିବାରୁ ବଢୁଛି ଦୁର୍ଘଟଣା ଘଟିବାର ଭୟ । ଆଜି ସକାଳ ସାଢ଼େ ୮ଟା ମଧ୍ୟରେ ୮ ଜିଲ୍ଲାକୁ ଛାଡ଼ି ବାକି ସମସ୍ତ ଜିଲ୍ଲାକୁ କୁହୁଡ଼ି ପାଇଁ ୟଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୧୧ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ୧୬ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର । ପୂରା ରାଜ୍ୟରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡୁଛି । ସେହିପରି ଗତ ୨୪ ଘଣ୍ଟାରେ ତାପମାତ୍ରା ସ୍ବାଭାବିକଠାରୁ ସାମାନ୍ୟ ଅଧିକ ଥିବା ବେଳେ ପାଗ ଶୁଖିଲା ରହିଛି। ତେବେ କୋରାପୁଟ, କନ୍ଧମାଳ, ମୟୂରଭଞ୍ଜ ଭଳି ପାହାଡ଼ିଆ ଅଞ୍ଚଳରେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post