ପୁଣି ଫେରିବ ହାଡଭଙ୍ଗା ଶୀତ। କମିବ ଦିନ ତାପମାତ୍ରା। ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଆସନ୍ତାକାଲି ପର୍ଯ୍ୟନ୍ତ ଅତି ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଝାରସୁଗୁଡ଼ା, ସୁନ୍ଦରଗଡ, ସମ୍ବଲପୁର, ଢେଙ୍କାନାଳ, କେଉଁଝର, ଯାଜପୁର,ଭଦ୍ରକ,ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ଗଞ୍ଜାମ,କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର ଜିଲ୍ଲାରେ ଘନ କୁହୁଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ବର୍ତ୍ତମାନ ମେଘମୁକ୍ତ ଆକାଶ ରହିଥିବା ବେଳେ ଦୁଇ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ଦୁଇଦିନ ପରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବା ସହ କିଛି ଜିଲ୍ଲାରେ ହାଡଭଙ୍ଗା ଶୀତ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ