ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେବାକୁ ଯାଉଛି ‘କୃଷି ଓଡ଼ିଶା-୨୦୨୪’ । ଭୁବନେଶ୍ବରରେ ହେବ ମହିଳାଙ୍କ ବିଶାଳ ସମାବେଶ । ୧୪ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସମାବେଶକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସାମିଲ ହେବେ ୫ ହଜାର ମହିଳା ଚାଷୀ, ୨ ହଜାର ଏସଏଚଜି ମହିଳା ଓ କୃଷି ଉଦ୍ୟୋଗୀ । ଚଳିତବର୍ଷର ବିଷୟ ବସ୍ତୁ ରହିଛି ‘କୃଷି ପ୍ରଗତିରେ ମହିଳା’ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଭୁବନେଶ୍ବର ଜନତା ମଇଦାନରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏଠାରେ ସଫଳ ମହିଳା କୃଷକ ଓ ସ୍ବୟଂ ସହାୟକ ଗୋଷ୍ଠୀଙ୍କୁ ସମ୍ବର୍ଦ୍ଧନା ଦିଆଯିବ । କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ, ଆଇସିଏଆର ପ୍ରତିଷ୍ଠାନ, ସିଜିଆଇଏଆର ପ୍ରତିଷ୍ଠାନ, ବେସରକାରୀ ସଙ୍ଗଠନମାନେ ସାମିଲ ହେବେ ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା