ଅଯୋଧ୍ୟା: ଆଉ ଏକ ସପ୍ତାହ ରହିଲା ଶ୍ରୀରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ । ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣ ପ୍ରତିଷ୍ଠାକୁ ଆଉ ରହିଲା ୧୧ ଦିନ। ତା’ପୂର୍ବରୁ ଅରମ୍ଭ ହୋଇଛି ସ୍ୱତନ୍ତ୍ର ପୂଜାପାଠ। ଆଜିର କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂଜା ପରେ ଏକ ଅଡିଓ ବାର୍ତ୍ତା ଜାରି କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏକ ଐତିହାସିକ ମୂହୂର୍ତ୍ତର ସାକ୍ଷୀ ହେବାକୁ ଯାଉଥିବାରୁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଦେଶବାସୀଙ୍କ ପ୍ରତିନିଧିତ୍ୱ କରିବା ଲାଗି ଇଶ୍ୱର ମୋତେ ସୃଷ୍ଟି କରିଛନ୍ତି। ଏହାକୁ ଦୃଷ୍ଟିରୁ ରଖି ମୁଁ ୧୧ ଦିନ ବ୍ୟାପୀ ସ୍ୱତନ୍ତ୍ର ଅନୁଷ୍ଠାନ ଆରମ୍ଭ କରୁଛି। ଏବେ ମୁଁ ବେଶ ଭାବବିହ୍ୱଳ ହୋଇପଡିଛି। ଏଭଳି ଅନୁଭବ ମୋ ଜୀବନରେ ପ୍ରଥମ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।୨୨ ତାରିଖ ପ୍ରାଣ ପ୍ରତିଷ୍ଠା ଉତ୍ସବ ପୂର୍ବରୁ ଅଭେଦ୍ୟ ଦୁର୍ଗରେ ପରିଣତ ହୋଇଛି ଅଯୋଧ୍ୟା। ଆଣ୍ଟି ଡ୍ରୋନ୍ ପ୍ରଣାଳୀ, AI ସର୍ଭେଲାନ୍ସ କ୍ୟାମେରା ଓ ଟାୟାର କିଲର ବ୍ୟବସ୍ଥା ସାଙ୍ଗକୁ ମୁତୟନ ରହିବେ ବମ୍ ସ୍କ୍ୱାଡ। ରାଜ୍ୟ ପୁଲିସ ଓ ସିଆରଫିଏଫ୍ ସହ ଏସଟିଏଫ୍, ଏଟିଏସ୍ ଓ ଏନଆଇଏ ଟିମ୍ ସ୍ୱରୁକ୍ଷା ଦାୟିତ୍ୱରେ ରହିବେ। ଭିଡ଼ ନିମନ୍ତ୍ରଣ ଲାଗି ଇଣ୍ଟେଲିଜେଣ୍ଟ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ ବ୍ୟବହାର କରାଯିବ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post