ଅଯୋଧ୍ୟା: ଆଉ ଏକ ସପ୍ତାହ ରହିଲା ଶ୍ରୀରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ । ମର୍ଯ୍ୟାଦା ପୁରୁଷୋତ୍ତମ ଭଗବାନ ଶ୍ରୀରାମଚନ୍ଦ୍ରଙ୍କ ପ୍ରାଣ ପ୍ରତିଷ୍ଠାକୁ ଆଉ ରହିଲା ୧୧ ଦିନ। ତା’ପୂର୍ବରୁ ଅରମ୍ଭ ହୋଇଛି ସ୍ୱତନ୍ତ୍ର ପୂଜାପାଠ। ଆଜିର କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂଜା ପରେ ଏକ ଅଡିଓ ବାର୍ତ୍ତା ଜାରି କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏକ ଐତିହାସିକ ମୂହୂର୍ତ୍ତର ସାକ୍ଷୀ ହେବାକୁ ଯାଉଥିବାରୁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ପ୍ରାଣ ପ୍ରତିଷ୍ଠା ଉତ୍ସବରେ ଦେଶବାସୀଙ୍କ ପ୍ରତିନିଧିତ୍ୱ କରିବା ଲାଗି ଇଶ୍ୱର ମୋତେ ସୃଷ୍ଟି କରିଛନ୍ତି। ଏହାକୁ ଦୃଷ୍ଟିରୁ ରଖି ମୁଁ ୧୧ ଦିନ ବ୍ୟାପୀ ସ୍ୱତନ୍ତ୍ର ଅନୁଷ୍ଠାନ ଆରମ୍ଭ କରୁଛି। ଏବେ ମୁଁ ବେଶ ଭାବବିହ୍ୱଳ ହୋଇପଡିଛି। ଏଭଳି ଅନୁଭବ ମୋ ଜୀବନରେ ପ୍ରଥମ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ।୨୨ ତାରିଖ ପ୍ରାଣ ପ୍ରତିଷ୍ଠା ଉତ୍ସବ ପୂର୍ବରୁ ଅଭେଦ୍ୟ ଦୁର୍ଗରେ ପରିଣତ ହୋଇଛି ଅଯୋଧ୍ୟା। ଆଣ୍ଟି ଡ୍ରୋନ୍ ପ୍ରଣାଳୀ, AI ସର୍ଭେଲାନ୍ସ କ୍ୟାମେରା ଓ ଟାୟାର କିଲର ବ୍ୟବସ୍ଥା ସାଙ୍ଗକୁ ମୁତୟନ ରହିବେ ବମ୍ ସ୍କ୍ୱାଡ। ରାଜ୍ୟ ପୁଲିସ ଓ ସିଆରଫିଏଫ୍ ସହ ଏସଟିଏଫ୍, ଏଟିଏସ୍ ଓ ଏନଆଇଏ ଟିମ୍ ସ୍ୱରୁକ୍ଷା ଦାୟିତ୍ୱରେ ରହିବେ। ଭିଡ଼ ନିମନ୍ତ୍ରଣ ଲାଗି ଇଣ୍ଟେଲିଜେଣ୍ଟ ଟ୍ରାଫିକ ମ୍ୟାନେଜମେଣ୍ଟ ସିଷ୍ଟମ ବ୍ୟବହାର କରାଯିବ।
Trending
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
 - ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
 - ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
 - ବିଜେଡିକୁ ଜୋରଦାର୍ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ
 - ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର
 - ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ
 - ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼
 - ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର
 - ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ର ଅବଧି
 - ବାପାଙ୍କୁ ପଚାରିନଥିଲା ବିଜେଡ଼ି – ଜୟ
 
Prev Post