ପରିକ୍ରମା ଲୋକାର୍ପଣ: ଆଜି ତୋରଣ ଓ ଧ୍ବଜା ସ୍ଥାପନ

ସକାଳୁ ପୁରୀରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

 

 

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରିକ୍ରମା ପ୍ରକଳ୍ପ ଲୋକାର୍ପଣର ଚାଲିଛି ଆଦ୍ୟପୂଜା ।  ଆଜି ଧ୍ବଜା ଓ ତୋରଣ ସ୍ଥାପନ କରାଯିବା ପାଇଁ ସକାଳୁ ରୀତିନୀତି ଅନୁଯାୟୀ ପୂଜା ଚାଲିଛି । ଆସନ୍ତାକାଲି ମକର ସଂକ୍ରାନ୍ତିଠାରୁ ଆରମ୍ଭ ହେବ ମହାଯଜ୍ଞ । ଏଥିପାଇଁ ପୁରୀ ଏବେ ଉତ୍ସବ ମୁଖର ହୋଇଉଠିଛି । ମହାପ୍ରଭୁଙ୍କ ପରିକ୍ରମା ଲୋକାର୍ପଣକୁ ନେଇ ରଜ୍ୟରୁ ଦେଶ ସବୁଠି ଉତ୍ସବର ମାହୋଲ । ୭ ଶହ ବର୍ଷ ପରେ ପୁରୀଧାମରେ ବିକାଶର ନୂଆ ଅଧ୍ୟା ସୃଷ୍ଟି ହେବାକୁ ଯାଉଛି । ଏହାକୁ ନେଇ ଗାଁଠୁ ସହର ସବୁଠି ଭକ୍ତିମୟ ପରିବେଶ । ରାଜ୍ୟର ପ୍ରତି ଗାଁରେ ବୁଲୁଛି ଜଗନ୍ନାଥ ରଥ । ଜଗା ରଥକୁ ସ୍ବାଗତ କରିବାକୁ ଚିତା ଓ ରଙ୍ଗୋଲୀରେ ସଜେଇ ହୋଇଛି ଗାଁ ରାସ୍ତା । ଦୁଆର ମୁହଁରେ କଳସ ବସାଇ ମାଆମାନେ ଜଗନ୍ନାଥ ରଥକୁ ସ୍ବାଗତ କରିବା ସହ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅରୁଆ ଚାଉଳ ଓ ଗୁଆ ଅର୍ପଣ କରୁଛନ୍ତି ।ସକାଳୁ ସକାଳୁ ପୁରୀରେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ । ପୁରୀରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଆଶୀର୍ବାଦ ନେବା ପରେ ପହଞ୍ଚିଥିଲେ ପରିକ୍ରମା ପ୍ରକଳ୍ପ ସ୍ଥଳରେ । ପ୍ରକଳ୍ପ ସ୍ଥଳ ବୁଲି ଦେଖିବା ସହ ଉଦଘାଟନ ନେଇ ଯଜ୍ଞ ଓ ଅନ୍ୟାନ୍ୟ କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି । ଏହାକୁ ନେଇ ଗାଁଠୁ ସହର ସବୁଠି ଭକ୍ତିମୟ ପରିବେଶ । ରାଜ୍ୟର ପ୍ରତି ଗାଁରେ ବୁଲୁଛି ଜଗନ୍ନାଥ ରଥ । ଜଗା ରଥକୁ ସ୍ବାଗତ କରିବାକୁ ଚିତା ଓ ରଙ୍ଗୋଲୀରେ ସଜେଇ ହୋଇଛି ଗାଁ ରାସ୍ତା । ଦୁଆର ମୁହଁରେ କଳସ ବସାଇ ମାଆମାନେ ଜଗନ୍ନାଥ ରଥକୁ ସ୍ବାଗତ କରିବା ସହ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅରୁଆ ଚାଉଳ ଓ ଗୁଆ ଅର୍ପଣ କରୁଛନ୍ତି ।