କମିବ ଦିନ ତାପମାତ୍ରା, ବଢିବ ଶୀତ
କମିବ ଦିନ ତାପମାତ୍ରା। ବଢିବ ଶୀତ। ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ । ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଆସନ୍ତାକାଲି ପର୍ଯ୍ୟନ୍ତ ଅତି ଘନ କୁହୁଡି ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଗତକାଲି ରାଜଧାନୀ ଭୁବନେଶ୍ୱର ସମେତ କଟକ, କେନ୍ଦ୍ରାପଡା, ରାଉରକେଲା, ଅନୁଗୁଳ ଓ ଫୁଲବାଣୀରେ ଘନ କୁହୁଡି ଦେଖିବାକୁ ମିଳିଥିଲା । ଭୁବନେଶ୍ୱରରେ ସର୍ବନିମ୍ନ ଦୃଶ୍ୟମାନ ଦୂରତା ଶହେ ମିଟର ରେକର୍ଡ ହୋଇଛି । ଘନ କୁହୁଡି ଯୋଗୁଁ ଗାଡି ଚଳାଚଳରେ ବାଧା ଉପୁଜିଥିଲା। ଆସନ୍ତାକାଲି ପର୍ଯ୍ୟନ୍ତ କିଛି ଜିଲ୍ଲାରେ କୁହୁଡ଼ିର ପ୍ରଭାବ ରହିବ । ଆଗକୁ ଦୁଇ ଦିନ ପରେ ବାୟୁ ଚଳାଚଳରେ ପରିବର୍ତ୍ତନ ହେତୁ ରାଜ୍ୟର ଅନେକ ସ୍ଥାନରେ ରାତ୍ରି ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ଘଟିବାର ସମ୍ଭାବନା ରହିଛି ।