ବରଗଡ଼: ସୋମବାରଠାରୁ ଆରମ୍ଭ ହେବ ୭୬ ତମ ବିଶ୍ଵ ପ୍ରଶିଦ୍ଧ ଧନୁଯାତ୍ରା । କାଲିଠାରୁ ୧୧ ଦିନ ପର୍ଯ୍ୟନ୍ତ ବରଗଡରେ ଜିଲ୍ଲାପ୍ରଶାସନ ବଦଳରେ ଚାଲିବ ମହାରାଜା କଂସଙ୍କ ରାଜୁତି। ଏନେଇ ସାରା ବରଗଡ଼ ସହର ଚଳଚଂଚଳ ହୋଇଉଠିଥିବା ବେଳେ ମଥୁରା ଠାରୁ ଆରମ୍ଭ କରି ଗୋପପୁର ପର୍ଯ୍ୟନ୍ତ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ବିଶ୍ଵ ଦରବାରର ଏହି ମହାମଂଚ ପାଇଁ କଳାକାର ମାନେ ନିଜ ନିଜର ଅଭ୍ୟାସ ଶେଷକରିଛନ୍ତି । ବରଗଡ଼ ପାଳଟି ଯିବ ମଥୁରା ନଗରୀ , ଅମ୍ବାପାଲି ପାଲଟିଯିବ ଗୋପପୁର । ଏବଂ ଚିର ପ୍ରବାହିତ ଜୀରାନଦୀ ପାଳଟିଯିବ ଜମୁନା ନଦୀ । ଏହା ସହିତ ବରଗଡ଼ର ଆବାଳ ବୃଦ୍ଧ ବନୀତା ପାଲଟିଯିବେ ଏହି ସର୍ବବୃହତ ମୁକ୍ତାକାଶ ରଂଗମଂଚର ଜଣେ ଜଣେ କଳାକାର । ବରଗଡ ସହରର ବିଭିନ୍ନ ସ୍ଥାନରେ ସିସି ଟିଭି କ୍ୟାମେରା ଲଗାଯାଇ ଚୋର ମାନଙ୍କର ଗତିବିଧି ଉପରେ ଲକ୍ଷ ରଖାଯିବ। ଅନ୍ୟପଟେ ସ୍ଥାନୀୟ ଜର୍ଜ ହାଇସ୍କୁଲ ପଡ଼ିଆ ଠାରେ ଭିନ୍ନ ଭିନ୍ନ ଧରଣର ଝୁଲା ସହିତ ମୀନା ବଜାର ଓ ବ୍ୟବସାୟୀ ମାନେ ଆସି ପହଞ୍ଚି ସାରିଛନ୍ତି। ପୋଲିସ ପ୍ରଶାସନ ମଧ୍ୟ ଧନୁଯାତ୍ରାକୁ ନେଇ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି । କିପରି ଯାତ୍ରା ସମୟରେ ଟ୍ରାଫିକ ସମସ୍ୟା ନହେବ ସେନେଇ ବରଗଡର ବିଭିନ୍ନ ଛକରେ ଟ୍ରାଫିକ ପୋଲିସ ମୃତୟନ କରାଯିବା ସହିତ ବିଭିନ୍ନ ରାସ୍ତାକୁ ଓ୍ବାନ ଓ୍ବେ କରାଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ