ବରଗଡ଼ : ଆଜିଠୁ ୧୧ଦିନ ଧରି ଚାଲିବ ମହାରାଜ କଂସଙ୍କ ଶାସନ । ପ୍ରଥମ ଦିନରେ ଦେବକୀ-ବସୁଦେବ ବିବାହ , ଦୈବବାଣୀ, ଉଗ୍ରସେନକୁ ଗାଦିଚ୍ୟୁତ କରି ଆରମ୍ଭ ହେବ କଂସ ମହାରାଜାଙ୍କ ରାଜୁତି । ୧୧ଦିନ ଧରି ଚାଲିବାକୁ ଥିବା ଧନୁଯାତ୍ରାରେ ମେଳା ମହୋତ୍ସବ ସାଙ୍ଗକୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବାକୁ ମିଳିବ । ସୁରୁଖୁରୁରେ ଧନୁଯାତ୍ରା ଅନୁଷ୍ଠିତ ନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଥିବା ବେଳେ ପୋଲିସ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ଧନୁଯାତ୍ରା ପାଇଁ ବରଗଡ଼ ଝଲସୁଛି । ବରଗଡ଼ ସହର ରଙ୍ଗୀନ ଆଲୋକମାଳାରେ ସଜେଇ ହୋଇଛି । ୧୧ଦିନ ଧରି ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଂଚରେ ଦ୍ୱାପର ଯୁଗର କୃଷ୍ଣ ଲୀଳାର ଝଲକ ଦେଖିବାକୁ ମିଳିବ, କାରଗାରରେ ଜନ୍ମଠାରୁ ନେଇ ଲୀଳାଖେଳା ଏବଂ କଂସ ବଦ୍ଧକୁ ନେଇ ୧୧ଦିନ ଧରି ଚାଲିବ ବିଭିନ୍ନ କାର୍ଯ୍ୟକ୍ରମ । ୮କିଲୋମିଟର ପରିଧି ମଧ୍ୟରେ ରାଜଦରବାର, ରଙ୍ଗମହଲ ଏବଂ ନନ୍ଦ ରାଜାଙ୍କ ଦରବାର ସମେତ ୧୦ଟି ସ୍ଥାନରେ ଧନୁଯାତ୍ରା ଅନୁଷ୍ଠିତ ହେବ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post