ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆଜିଠୁ ୩ଦିନ ଧରି ଚାଲିବ ଯଜ୍ଞ । ସକାଳୁ ଆରମ୍ଭ ହୋଇଛି ଯଜ୍ଞ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମକୁ ନେଇ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ଅଙ୍କୁର ପୂଜନ, ମଣ୍ଡଳ ସ୍ଥାପନ ହୋଇସାରିଥିବା ବେଳେ ୩ଦିନ ଧରି ଚାଲିବ ଯଜ୍ଞ । ସ୍ରୋତୀୟ ବ୍ରାହ୍ମଣଙ୍କ ମନ୍ତ୍ରୋଚାରଣରେ ମୁଖରିତ ହେବ ଗଗନ ପବନ । ଅଖଣ୍ଡ ଦୀପ ସ୍ଥାପନ ପରେ ଅପରାହ୍ନ ୩ଟାରେ ଶ୍ରୀମନ୍ଦିର ରୋଷଶାଳାରୁ ଅଗ୍ନି ଅଣାଯାଇ ଯଜ୍ଞ କାର୍ଯ୍ୟ ଆରମ୍ଭ କରାଯିବ । ଯଜ୍ଞ ସାଙ୍ଗକୁ ଶ୍ରୀମନ୍ଦିର ଚାରିଦ୍ୱାରରେ ୬୦ଜଶ ବିଦ୍ୟାର୍ଥୀ ମାନଙ୍କ ଦ୍ୱାରା ବେଦପାଠ କରାଯିବ । ଏଥିପାଇଁ ସ୍ୱତନ୍ତ୍ର ମଣ୍ଡପ ପ୍ରସ୍ତୁତ କରାଯାଇଛି, ସିଂହଦ୍ୱାରରେ ଋକବେଦ, ପଶ୍ଚିମଦ୍ୱାରରେ ସାମବେଦ, ଉତରଦ୍ୱାରରେ ଅଥର୍ବବେଦ ଏବଂ ଦକ୍ଷିଣ ଦ୍ୱାରରେ ଯଦୁର୍ବେଦ ପାଠ କରାଯିବ । ଶ୍ରୀମାର୍ଗ ଏବଂ ଶ୍ରୀସେତୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଥିବା ବେଳେ ଆଜି ଏହା ଉପରେ ଟ୍ରାଏଲ ରନ କରାଯିବ । ୧୭ ଜାନୁଆରୀରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ । ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ପୁରୀ ପୋଲିସ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post