ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପାଇଁ ଆଜିଠୁ ୩ଦିନ ଧରି ଚାଲିବ ଯଜ୍ଞ । ସକାଳୁ ଆରମ୍ଭ ହୋଇଛି ଯଜ୍ଞ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କାର୍ଯ୍ୟକ୍ରମକୁ ନେଇ ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ । ଅଙ୍କୁର ପୂଜନ, ମଣ୍ଡଳ ସ୍ଥାପନ ହୋଇସାରିଥିବା ବେଳେ ୩ଦିନ ଧରି ଚାଲିବ ଯଜ୍ଞ । ସ୍ରୋତୀୟ ବ୍ରାହ୍ମଣଙ୍କ ମନ୍ତ୍ରୋଚାରଣରେ ମୁଖରିତ ହେବ ଗଗନ ପବନ । ଅଖଣ୍ଡ ଦୀପ ସ୍ଥାପନ ପରେ ଅପରାହ୍ନ ୩ଟାରେ ଶ୍ରୀମନ୍ଦିର ରୋଷଶାଳାରୁ ଅଗ୍ନି ଅଣାଯାଇ ଯଜ୍ଞ କାର୍ଯ୍ୟ ଆରମ୍ଭ କରାଯିବ । ଯଜ୍ଞ ସାଙ୍ଗକୁ ଶ୍ରୀମନ୍ଦିର ଚାରିଦ୍ୱାରରେ ୬୦ଜଶ ବିଦ୍ୟାର୍ଥୀ ମାନଙ୍କ ଦ୍ୱାରା ବେଦପାଠ କରାଯିବ । ଏଥିପାଇଁ ସ୍ୱତନ୍ତ୍ର ମଣ୍ଡପ ପ୍ରସ୍ତୁତ କରାଯାଇଛି, ସିଂହଦ୍ୱାରରେ ଋକବେଦ, ପଶ୍ଚିମଦ୍ୱାରରେ ସାମବେଦ, ଉତରଦ୍ୱାରରେ ଅଥର୍ବବେଦ ଏବଂ ଦକ୍ଷିଣ ଦ୍ୱାରରେ ଯଦୁର୍ବେଦ ପାଠ କରାଯିବ । ଶ୍ରୀମାର୍ଗ ଏବଂ ଶ୍ରୀସେତୁ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଥିବା ବେଳେ ଆଜି ଏହା ଉପରେ ଟ୍ରାଏଲ ରନ କରାଯିବ । ୧୭ ଜାନୁଆରୀରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ କରିବେ । ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରିଛି ପୁରୀ ପୋଲିସ ।
Trending
- ରାଜ୍ୟ କ୍ୟାବିନେଟ ବୈଠକ – ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ
- ବିହାରରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛି ବିଜେପି , ଦିନକରେ ତିିନି ସ୍ଥାନରେ ଅମିତ ଶାହଙ୍କ ପ୍ରଚାର
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
Prev Post
Next Post