ଆଉ କିଛି ମାସ ପରେ ଦେଶରେ ଲୋକସଭା ନିର୍ବାଚନ ଅନୁଷ୍ଠିତ ହେବ । ଏଥିସହିତ ଚଳିତ ବର୍ଷ ଓଡ଼ିଶା ସମେତ କିଛି ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ହେବ । ତେବେ ଏହା ମଧ୍ୟରେ କଂଗ୍ରେସର ଷ୍ଟାର ଲିଡର ତଥା ବରିଷ୍ଠ ନେତା ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ ‘ଭାରତ ଯୋଡ଼ ଯାତ୍ରା’ ଆରମ୍ଭ ହୋଇଯାଇଛି । ଜାନୁଆରୀ ୧୪ ତାରିଖରୁ ମଣିପୁରରୁ ଏହି ଯାତ୍ରା ଆରମ୍ଭ ହୋଇ ୬୬ ଦିନରେ ୧୫ଟି ରାଜ୍ୟ ଓ ୧୧୦ଟି ଜିଲ୍ଲା ଦେଇ ଯିବ ।ଆସନ୍ତା ମାର୍ଚ୍ଚ ମାସ ୨୦ ତାରିଖରେ ଏହି ଯାତ୍ରା ସମାପ୍ତ ହେବ । ଏହି ଯାତ୍ରା ପରେ ୨-୩ ମାସ ମଧ୍ୟରେ ଦେଶରେ ସାଧାରଣ ନିର୍ବାଚନ ହୋଇପାରେ । ତେଣୁ ଏହି ଯାତ୍ରା କଂଗ୍ରେସର ଭୋଟ ବ୍ୟାଙ୍କକୁ ବୃଦ୍ଧି କରିବାରେ କେତେଦୂର ସହାୟକ ହେବ ତା’ ଉପରେ ଏବେ ଆରମ୍ଭ ହୋଇଯାଇଛି ଚର୍ଚ୍ଚା । ବିଶେଷ କରି ଓଡ଼ିଶା ଉପରେ ଏହି ଯାତ୍ରାର ପ୍ରଭାବ କ’ଣ ରହିବ ତା’ ଉପରେ ମଧ୍ୟ ଆଲୋଚନା ଦେଖିବାକୁ ମିଳିଛି । ରାଜ୍ୟର ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଦେଇ ରାହୁଲଙ୍କ ଏହି ଯାତ୍ରା ଅତିକ୍ରମ କରିବ । ତେଣୁ ଏହା ରାଜ୍ୟର ଭୋଟରଙ୍କ ମଧ୍ୟରେ କଂଗ୍ରେସ ସପକ୍ଷ ବାତାବରଣ ସୃଷ୍ଟି କରିପାରିବ ବୋଲି କଂଗ୍ରେସ ନେତାଙ୍କର ବିଶ୍ୱାସ ରହିଛି ।ଗତବର୍ଷ କଂଗ୍ରେସ କର୍ଣ୍ଣାଟକ ଓ ତେଲେଙ୍ଗନା ବିଧାନସଭା ନିର୍ବାଚନରେ ବିଜେପିକୁ କ୍ଷମତାଚ୍ୟୁତ କରି ସରକାର ଗଠନ କରିବା ପରେ ଦଳର ଆତ୍ମବିଶ୍ୱାସ ବହୁମାତ୍ରାରେ ବୃଦ୍ଧି ପାଇଥିଲା । ବିଶେଷ କରି କର୍ଣ୍ଣାଟକ ବିଜୟର ପ୍ରମୁଖ କାରଣ ମଧ୍ୟରୁ ଭାରତ ଯୋଡ଼ ଯାତ୍ରା ଏକ କାରଣ ଥିଲା ବୋଲି ଚର୍ଚ୍ଚା ହୋଇଥିଲା ।
Trending
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
Prev Post
Next Post