ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗୁରୁବାର ଦିନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟରୁ ଡକାଇ ଏହାକୁ ବେଆଇନ ବୋଲି କହିବା ସହ ଆସନ୍ତା ଲୋକସଭା ନିର୍ବାଚନରେ ତାଙ୍କୁ ପ୍ରଚାର ନକରିବାକୁ ଷଡଯନ୍ତ୍ରର ଏକ ଅଂଶ ବୋଲି ଅଭିଯୋଗ କରିଛନ୍ତି। ଦିଲ୍ଲୀ ମଦନୀତି ମାମଲାରେ ଆଜି ହାଜର ହେବା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନୋଟିସ ଦେଇଥିଲା । କିନ୍ତୁ ସେ ଯାଇନଥିଲେ । ଚତୁର୍ଥ ଥର ଲାଗି କେଜ୍ରିଓ୍ବାଲଙ୍କୁ ଜାରି ହୋଇଥିଲା ସମନ । ଗତ ଜାନୁଆରୀ ୩ରେ ହାଜର ହେବା ଲାଗି ତାଙ୍କୁ ସମନ ଜାରି ହୋଇଥିବା ସତ୍ତ୍ବେ ସେ ହାଜର ହୋଇ ନଥିଲେ । ଜାରି ହୋଇଥିବା ସମନ ବେଆଇନ ବୋଲି ଦର୍ଶାଇଥିଲେ କେଜ୍ରିଓ୍ବାଲ । ପୂର୍ବରୁ ତାଙ୍କୁ ନଭେମ୍ବର ୨, ଡିସେମ୍ବର ୨୧ରେ ମଧ୍ୟ ନୋଟିସ ଜାରି ହୋଇଥିଲା । ଏହି ବହୁଚର୍ଚ୍ଚିତ ମାମଲାରେ କେଜ୍ରିଓ୍ବାଲ ଅଭିଯୁକ୍ତ ହୋଇ ନଥିଲେ ବି ତାଙ୍କୁ ବାରମ୍ବାର ନୋଟିସ ଜାରି କରାଯାଉଛି । ଜେରା ପରେ କେଜ୍ରିଓ୍ବାଲଙ୍କୁ ଗିରଫ କରିବା ନେଇ ବାରମ୍ବାର ଆଶଙ୍କା ପ୍ରକାଶ ପାଇଆସୁଛି । ପୂର୍ବରୁ ମଦ ନୀତି ମାମଲାରେ ଗତବର୍ଷ ଫେବ୍ରୁଆରୀ ୨୬ରେ ଗିରଫ ହୋଇଥିଲେ ମନୀଷ ସିସୋଦିଆ । ସେହିପରି ଗତବର୍ଷ ଅକ୍ଟୋବର ୪ରେ ଆପ୍ ନେତା ସଞ୍ଜୟ ସିଂଙ୍କୁ ଗିରଫ କରିଥିଲା ଇଡି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା