ରାମମନ୍ଦିରରେ ବିରାଜମାନ ରାମଲାଲାଙ୍କ ସ୍ପଷ୍ଟ ଶ୍ୟାମଳ ରଙ୍ଗର ପ୍ରସ୍ତରରେ ନିର୍ମିତ ହୋଇଛି ରାମଲାଲାଙ୍କ ଏହି ଅଦ୍ଭୁତ ପ୍ରତିମୂର୍ତି । ପୂର୍ବରୁ ରାମଲାଲାଙ୍କ ଏକ ଚିତ୍ର ସାମ୍ନାକୁ ଆସିଥିଲା । କିନ୍ତୁ ଏବେ ପୂରା ଫଟୋଚିତ୍ର ସାମ୍ନାକୁ ଆସିବା ପରେ ୧୪୦ କୋଟି ଭାରତୀୟଙ୍କ ଭିତରେ ଏକ ଅଭୁଦପୂର୍ବ ଭକ୍ତି ଜାଗରଣ ହୋଇଛି । ଆସନ୍ତା ୨୨ ତାରିଖରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ । ଗତକାଲି ରାମ ମନ୍ଦିର ଗର୍ଭଗୃହରେ ବିରାଜମାନ ହୋଇଛନ୍ତି ରାମଲଲା । ଗର୍ଭଗୃହରୁ ୫୧ ଇଂଚର ଶ୍ୟାମଳ ମୂର୍ତିର ପ୍ରଥମ ଫଟୋ ସାମ୍ନାକୁ ଆସିଥିଲା । ୪ ଘଂଟା କାଳ ପୂଜାପାଠ ପରେ ବିଗ୍ରହଙ୍କୁ ସ୍ଥାପନା କରାଯାଇଛି । ଆସନ୍ତାକାଲି ୮୧ କଳସ ଜଳଦ୍ୱାରା ଗର୍ଭଗୃହକୁ ଶୁଦ୍ଧିକରଣ କରାଯିବ । ୨୧ ତାରିଖରେ ୧୨୫ କଳସ ଜଳରେ ରାମଲଲାଙ୍କୁ ସ୍ନାନ କରାଯିବା ସହ ସ୍ୱତନ୍ତ୍ର ପୂଜା କରାଯିବ । ରାମଲଲାଙ୍କ ମୂର୍ତି ପ୍ରାଣପ୍ରତିଷ୍ଠାର ବିଧିବଦ୍ଧ କର୍ମକାଣ୍ଡ ଗୁରୁବାର ଗଣେଶ ପୂଜନରୁ ଆରମ୍ଭ ହୋଇଛି ।
Trending
- ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି
- ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି