ଟ୍ୱିନ ସିଟିରେ କୋହଲା ପାଗ ସହ ଝିପିଝିପି ବର୍ଷା

ଘନ କୁହୁଡିର ଚାଦର ତଳେ ସାରା ଓଡ଼ିଶା । ଟ୍ୱିନ ସିଟିରେ କୋହଲା ପାଗ ସହ ଲାଗିରହିଛି ଝିପିଝିପି ବର୍ଷା କଲବଲ ହେଉଛନ୍ତି ଲୋକ । ଉପାନ୍ତରୁ ଉପକୂଳ ସବୁଠି ଦେଖାଦେଇଛି ଏଭଳି ପାଗ ।ଗୁରୁଚାପ ବଳୟର ସକ୍ରିୟତା ଆଗାମୀ ୨୫ ତାରିଖ ଯାଏଁ ରହୁଥିବାରୁ, ରାଜ୍ୟର କିଛି ଜିଲ୍ଲାରେ ବର୍ଷାର ପ୍ରଭାବ ଲାଗିରହିବ, ୨୬ରୁ ପାଗରେ ପରିବର୍ତ୍ତନ ର ସମ୍ଭାବନା ରହିଛି । ଦକ୍ଷିଣ ଉପକୂଳ ଓଡିଶା ସମେତ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ତଥା କିଛି ଆଭ୍ୟନ୍ତରିଣ ଓଡ଼ିଶାର ଜିଲ୍ଲାଗୁଡିକରେ ଗୁରୁଚାପ ବଳୟ ପ୍ରଭାବରେ ଲାଗିରହିଛି ବର୍ଷା ।