କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ୨୦୨୪-୨୫ ଶିକ୍ଷାବର୍ଷ ଠାରୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦୁଇଥର ଆୟୋଜିତ ହେବ । ତେବେ ଏହି ପରୀକ୍ଷା ବାଧ୍ୟତାମୂଳକ ହେବ ନାହିଁ ବୋଲି ଏକ ରିପୋର୍ଟରୁ ଜଣାପଡ଼ିଛି ।ଚଳିତ ବର୍ଷ ନଭେମ୍ବର-ଡିସେମ୍ବର ମାସରେ ଗୋଟିଏ ବୋର୍ଡ ପରୀକ୍ଷା ଓ ଆସନ୍ତା ବର୍ଷ ଫେବୃଆରୀ-ମାର୍ଚ୍ଚ ମାସରେ ଆଉ ଗୋଟିଏ ବୋର୍ଡ ପରୀକ୍ଷା ହେବ । ଏଭଳି ଭାବେ ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ଆୟୋଜନ କରାଯିବ । ଏହି ଦୁଇଟି ପରୀକ୍ଷାର ଶ୍ରେଷ୍ଠ ମାର୍କକୁ ଫଳାଫଳ ପାଇଁ ବିଚାରକୁ ନିଆଯିବ । ତଦନୁସାରେ ଛାତ୍ରଛାତ୍ରୀଙ୍କର ମେଧା ତାଲିକା ମଧ୍ୟ ପ୍ରକାଶ କରାଯିବ । ଗତ ୨୦୨୧ ମସିହାରେ କୋଭିଡ-୧୯ କାରଣରୁ ସିବିଏସଇ ପକ୍ଷରୁ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା କରାଇଥିଲେ ହେଁ ତାହା ୨୦୨୪-୨୫ ପରୀକ୍ଷା ପରିପ୍ରେକ୍ଷୀରେ ଗ୍ରହଣୀୟ ହେବ ନାହିଁ ବୋଲି କୁହାଯାଇଛି ।
Trending
- ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ନିଜର ନୂଆ ଯୁବ ବାହିନୀ, ଇପ୍ସିତା ଓ ଚିନ୍ମୟଙ୍କୁ ମିଳିଲା ଗୁରୁଦାୟିତ୍ବ
- ୨୯ ତାରିଖକୁ ସରକାରୀ ଛୁଟି ଘୋଷଣା ,ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ