ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ

third-round-of-elections-will-be-held-tomorrow-

ମେଟ୍ରୋ ଟିଭି ଓଡିଶା (୧୯ .୨.୨୦୨୨) :

ଆସନ୍ତାକାଲି ତୃତୀୟ ପର୍ଯ୍ୟାୟ ନିର୍ବାଚନ। ଏହି ପର୍ୟ୍ୟାୟରେ ୨୯ଟି ଜିଲ୍ଲାର ୬୩ ବ୍ଲକରେ ୧୭୧ଟି ଜିଲ୍ଲା ପରିଷଦ ଜୋନ୍, ୧୩୮୨ ପଞ୍ଚାୟତରେ ସରପଞ୍ଚ ଓ ସମିତି ସଭ୍ୟ ଏବଂ ୧୮ ହଜାର ୪୯୫ ୱାର୍ଡ ମେମ୍ବର ପଦ ପାଇଁ ମତଦାନ ହେବ।

ଏହି ପର୍ଯ୍ୟାୟରେ ମୋଟ ୫୬ ଲକ୍ଷ ୫୩ ହଜାର ୪୦୫ ଭୋଟର ମତସାବ୍ୟସ୍ତ କରିବେ। ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡାକଡି କରାଯାଇଛି। ଇତି ମଧ୍ୟରେ ପୁଲିଂ ପାର୍ଟି ବିଭିନ୍ନ ମତଦାନ କେନ୍ଦ୍ରରେ ପହଞ୍ଚି ସାରିଲେଣି।