ପଶ୍ଚିମ ଓଡ଼ିଶାର ଇଷ୍ଟଦେବୀ ମାଆ ‘ସମଲେଇ ପ୍ରକଳ୍ପ’ର ଲୋକାର୍ପଣ ହେବ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜେ ଏହି ପ୍ରକଳ୍ପର ଲୋକାର୍ପଣ କରିବେ। ତେବେ ଏହା ପୂର୍ବରୁ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ରଖିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମା’ ସମଲେଶ୍ୱରୀ ହେଉଛନ୍ତି ସାରା ଓଡ଼ିଶାର ଆରାଧ୍ୟଦେବୀ । ମା’ ସମଲେଶ୍ୱରୀଙ୍କ ମନ୍ଦିର ଆସ୍ଥା ଓ ବିଶ୍ୱାସର କେନ୍ଦ୍ର । ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ମନ୍ଦିରର ରୂପାନ୍ତରଣ କରାଯାଇଛି । ଏହା କୋଟି କୋଟି ଭକ୍ତଙ୍କ ଆସ୍ଥାର ପ୍ରକଳ୍ପ । ମା’ଙ୍କ ଆଶୀର୍ବାଦରୁ ପ୍ରକଳ୍ପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ସେହିପରି ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ପ୍ରକଳ୍ପ କାମ ସରିଛି । ଏହି ପ୍ରକଳ୍ପ ଓଡ଼ିଶାର ପର୍ୟ୍ୟଟନ ଓ ଅର୍ଥନୀତିକୁ ଆଗକୁ ନେବ । ଏକାସାଙ୍ଗରେ ହଜାର ହଜାର ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ । ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶୀର୍ବାଦର ପରିଚୟ । ରୂପାନ୍ତରଣ ପରେ ୩୮ ଏକର ଜାଗାରେ ଝଲସୁଛି ମା’ ସମଲେଶ୍ୱରୀଙ୍କ ମନ୍ଦିର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ମା’ଙ୍କ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ। ଏଣୁ ଏହାକୁ ଦୃ୍ଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post