ଆଜି ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ଗତ ୨୫ ତାରିଖରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।୪୦ ଏକର ପରିମିତ ଅଞ୍ଚଳରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ମନ୍ଦିରର ଭ୍ୟ ରୂପାନ୍ତରଣ ହୋଇଛି । ଏହି କାର୍ଯ୍ୟ ପାଇଁ ୩ ହଜାରରୁ ଅଧିକ ଶ୍ରମିକ ଓ କର୍ମଚାରୀ ଦିନରାତି ପରିଶ୍ରମ କରିଥିଲେ । ମା’ ସମଲେଇ ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁମାନେ ଏହି ପ୍ରକଳ୍ପ ଓ ମନ୍ଦିରର ବିକାଶ କାର୍ଯ୍ୟ ଦେଖି ଖୁସି ଜାହିର କରିଛନ୍ତି । ଏହି ପ୍ରକଳ୍ପରେ ୪ଟି ଦ୍ୱାର, ମନ୍ଦିର ଟ୍ରଷ୍ଟ ବୋର୍ଡ କାର୍ଯ୍ୟାଳୟ, ୱାଚ ଟାୱର, ଭୋଗ ମଣ୍ଡପ, ଦୀପ ଗୃହ, ଫାଉଣ୍ଟେନ, ଯାତ୍ରୀଙ୍କ ବିଶ୍ରାମ ଗୃହ ସହିତ ମିଶନ ଶକ୍ତି କାଫେ ରହିଛି । ପ୍ରଥମ ଥର ପାଇଁ ପଶ୍ଚିମ ଓଡ଼ିଶାରେ ସମଲେଇ ପ୍ରକଳ୍ପରେ ବିଦ୍ୟୁତ ବିଭାଗ ଭୂତଳ ବିଦ୍ୟୁତ ବ୍ୟବସ୍ଥା କରିଛନ୍ତି । ମୁଖ୍ୟ ଯଜ୍ଞସ୍ଥଳୀକୁ ଛାଡ଼ିଦେଲେ ୪ଟି ମୁଖ୍ୟ ଦ୍ୱାରରେ ୪ଟି ଯଜ୍ଞସ୍ଥଳୀ କରାଯାଇଛି ।ଲୋକାର୍ପଣ ଉତ୍ସବ ପୂର୍ବରୁ ଗତକାଲି ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ପ୍ରଦାନ କରିଥିଲେ । ସମଲେଇ ପ୍ରକଳ୍ପ ଭାଇଚାରା ଓ ମା’ଙ୍କ ଆଶିର୍ବାଦର ପରିଚୟ । ରୂପାନ୍ତରଣ ପରେ ୩୮ ଏକର ଜାଗାରେ ମା’ ଝଲସୁଛନ୍ତି । ଏହି ପ୍ରକଳ୍ପ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ର ଓ ଅର୍ଥନୀତିକୁ ଆଗକୁ ନେବ । ମା’ଙ୍କ କୃପାରୁ ରେକର୍ଡ ସମୟ ଭିତରେ ଏହ ପ୍ରକଳ୍ପ କାର୍ଯ୍ୟ ସମାପ୍ତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଉତ୍ସବ ଅବସରରେ ଆଜି ମା’ଙ୍କ ପୀଠରେ ହଜାର ହଜାର ଭକ୍ତଙ୍କ ସମାଗମ ହେବ । ତେଣୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହ ୩୫ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ ।
Trending
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ
- ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ବିମାନ ଯାଞ୍ଚ
- ଆଜି କାର୍ତ୍ତିକ ମାସ ଶୁକ୍ଳପକ୍ଷ ପବିତ୍ର ଚତୁର୍ଦ୍ଦଶୀ ତିଥି,ଶ୍ରୀମନ୍ଦିରରେ ‘ଲକ୍ଷ୍ମୀ ନୃସିଂହ’ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ
- ନୀତିଶଙ୍କ ବିକାଶ ବନାମ ଲାଲୁଙ୍କ ଜଙ୍ଗଲରାଜ
- ନବୀନ ପଟ୍ଟନାୟକଙ୍କୁ କାଉଣ୍ଟର କଲେ ଭାଜପା ମୁଖପାତ୍ର ଅନିଲ ବିଶ୍ବାଳ
- ଆଜିଠାରୁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ
- ଇଣ୍ଡିଆ ମେଣ୍ଟର ତିନି ମାଙ୍କଡ – ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ
- ବିଜେପି ଆଗରୁ ଭୋଟ୍ ଚୋରି କରି ସରକାର କରିଥିଲେ, ଆଉ ଏବେ ପ୍ରାର୍ଥୀ ଚୋରି – ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
Prev Post
Next Post