ଭୁବନେଶ୍ବର: ଆଜି ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସଭାକୁ ସଫଳତା କରିବା ପାଇଁ ଦିନ ରାତି ଏକ କରିଛି ରାଜ୍ୟ କଂଗ୍ରେସ । ଆଉ ଦୁଇ ମାସ ନିର୍ବାଚନ ଥିବାରୁ କଂଗ୍ରେସର ନେତାଠୁ ଆରମ୍ଭ କରି କର୍ମୀମାନେ ସଭାକୁ ଲୋକ ଆଣିବାରେ ଲାଗିପଡ଼ିଛନ୍ତି । ଦିନ ୧୨ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ଲୋୟର ପିଏଜିରେ ଆୟୋଜିତ ଓଡିଶା ବଞ୍ଚାଅ ସମାବେଶରେ ଯୋଗଦେବେ। ଏଆଇସିସି ଅଧ୍ୟକ୍ଷ ଭାବରେ ଦାୟିତ୍ବ ଗ୍ରହଣ କରିବା ପରେ ଏହା ଖଡଗେଙ୍କର ପ୍ରଥମ ଓଡିଶା ଗସ୍ତ । ତେବେ ଆଗକୁ ନିର୍ବାଚନ ରହିଛି , ଖଡଗେଙ୍କର ଏହି ଗସ୍ତ ଓଡିଶାକୁ କେତେ ପ୍ରଭାବ ପକାଉଛି । ରାଜ୍ୟ କଂଗ୍ରେସକୁ କେତେ ବଳ ମିଳୁଛି ତାହା ଉପରେ ସମସ୍ତଙ୍କର ନଜର ରହିବ। ସମାବେଶରେ ଜିଲ୍ଲା ସଭାପତି, ବ୍ଲକ ସଭାପତି, ମଣ୍ଡଳ ସଭାପତି, ପଞ୍ଚାୟତ ସଭାପତିଙ୍କ ସହ ହଜାର ହଜାର କର୍ମୀ ଏବଂ ସାଧାରଣ ଲୋକଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସମାବେଶ ପରେ କଂଗ୍ରେସର ବରିଷ୍ଠ ନେତା ଏବଂ ସହଯୋଗୀ ଦଳଙ୍କ ସହ ଆଲୋଚନା କରିବେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post