ଭୁବନେଶ୍ବର: ଆଜି ଓଡିଶା ଗସ୍ତରେ ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ସଭାକୁ ସଫଳତା କରିବା ପାଇଁ ଦିନ ରାତି ଏକ କରିଛି ରାଜ୍ୟ କଂଗ୍ରେସ । ଆଉ ଦୁଇ ମାସ ନିର୍ବାଚନ ଥିବାରୁ କଂଗ୍ରେସର ନେତାଠୁ ଆରମ୍ଭ କରି କର୍ମୀମାନେ ସଭାକୁ ଲୋକ ଆଣିବାରେ ଲାଗିପଡ଼ିଛନ୍ତି । ଦିନ ୧୨ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ଏକ ବିରାଟ ଶୋଭାଯାତ୍ରାରେ ଲୋୟର ପିଏଜିରେ ଆୟୋଜିତ ଓଡିଶା ବଞ୍ଚାଅ ସମାବେଶରେ ଯୋଗଦେବେ। ଏଆଇସିସି ଅଧ୍ୟକ୍ଷ ଭାବରେ ଦାୟିତ୍ବ ଗ୍ରହଣ କରିବା ପରେ ଏହା ଖଡଗେଙ୍କର ପ୍ରଥମ ଓଡିଶା ଗସ୍ତ । ତେବେ ଆଗକୁ ନିର୍ବାଚନ ରହିଛି , ଖଡଗେଙ୍କର ଏହି ଗସ୍ତ ଓଡିଶାକୁ କେତେ ପ୍ରଭାବ ପକାଉଛି । ରାଜ୍ୟ କଂଗ୍ରେସକୁ କେତେ ବଳ ମିଳୁଛି ତାହା ଉପରେ ସମସ୍ତଙ୍କର ନଜର ରହିବ। ସମାବେଶରେ ଜିଲ୍ଲା ସଭାପତି, ବ୍ଲକ ସଭାପତି, ମଣ୍ଡଳ ସଭାପତି, ପଞ୍ଚାୟତ ସଭାପତିଙ୍କ ସହ ହଜାର ହଜାର କର୍ମୀ ଏବଂ ସାଧାରଣ ଲୋକଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି। ସମାବେଶ ପରେ କଂଗ୍ରେସର ବରିଷ୍ଠ ନେତା ଏବଂ ସହଯୋଗୀ ଦଳଙ୍କ ସହ ଆଲୋଚନା କରିବେ ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post