ଝାରସୁଗୁଡ଼ା: ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟାକୁ ବର୍ଷେ ପୁରିଛି । କିନ୍ତୁ ନବ ଦାସଙ୍କୁ କାହିଁକି ହତ୍ୟାକାରୀ ଗୋପାଳ ହତ୍ୟା କଲା ତାହାର କାରଣ କିଛି ପ୍ରକାଶ ପାଇନାହିଁ । ନବ ଦାସଙ୍କ ପରିବାର ପକ୍ଷରୁ ଝାରସୁଗୁଡ଼ାରେ ତାଙ୍କର ବର୍ଷିକିଆ ପାଳନ କରାଯାଉଛି । ଗତ ବର୍ଷ ଆଜିର ଦିନରେ ଝାରସୁଗୁଡ଼ାରେ ନବ ଦାସଙ୍କୁ ଗୁଳିକରି ହତ୍ୟା କରାଯାଇଥିଲା । ଏହାରି ଭିତରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଝାରସୁଗୁଡା ଜିଲ୍ଲା ଦୌରା ଜଜଙ୍କ କୋର୍ଟରେ ଅଭିଯୁକ୍ତ ଗୋପାଳ ଦାସଙ୍କ ବିରୋଧରେ ପ୍ରାଥମିକ ଅଭିଯୋଗ ଫର୍ଦ୍ଦ ଦାଖଲ କରିଛି । ହେଲେ ନବ ଦାସଙ୍କୁ ଗୋପାଳ କାହିଁକି ହତ୍ୟା କରିଛି ତାହା ଏବେବି ସ୍ପଷ୍ଟ ହୋଇନାହିଁ । ଏପରିକି ନବ ଦାସଙ୍କ ପରିବାର ଲୋକ ମଧ୍ୟ ଷଡଯନ୍ତ୍ର ଦିଗ ନେଇ ବୟାନ ଦେଇଥିବା ବେଳେ କ୍ରାଇମବ୍ରାଞ୍ଚ ମାମଲାରେ ଷଡଯନ୍ତ୍ର ଦିଗକୁ ସାମିଲ କରିନାହିଁ, କି ଏହା ପଛର ସତ ଖୋଜିବାକୁ ଚେଷ୍ଟା କରିନାହିଁ । ଯାହାକୁ ନେଇ ବେଶ ଚର୍ଚା ହେଉଛି ।
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?