ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ । ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଗଡିଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ପ୍ରଥମ ସ୍ଥାନ ହାସଲ କରିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ ମେଢ ପ୍ରସ୍ତୁତ କରିଥିଲେ। ରଘୁରାଜପୁର ଗ୍ରାମରେ ମହିଳାମାନେ କିପରି ବିଭିନ୍ନ ପ୍ରକାର ଅଦରକାରୀ ଜିନିଷରୁ ପଟ୍ଟଚିତ୍ର ପ୍ରଦର୍ଶନ କରିବା ଚିତ୍ର, ଏହାସହ ସେଥିରେ ସମ୍ବଲପୁରୀ ସଙ୍ଗୀତ ରଖାଯାଇଥିଲା। ଏହାକୁ ବିକଶିତ ଭାରତରେ ମହିଳା ସଶକ୍ତୀକରଣ ପ୍ରଜ୍ଞାପନ ମେଢ ବୋଲି କୁହାଯାଇଛି। ଲଗାତର ୩ ବର୍ଷ ୨୦୨୧,୨୦୨୨ ଏବଂ ୨୦୨୩ ସାଧାରଣତନ୍ତ୍ର ଦିବସରେ ଓଡ଼ିଶା ପ୍ରଦର୍ଶିତ କରିବାକୁ ଥିବା ପ୍ରଜ୍ଞାପନ ମେଢ଼କୁ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ଖାରଜ କରିଦେଉଥିଲା। ହେଲେ ଏଥର ଜାନୁଆରୀ ୨୬ ପାଇଁ ଓଡ଼ିଶା ଯେଉଁ ମେଢ ପ୍ରଦର୍ଶନ କରିବାକୁ ଯୋଜନା ରଖିଥିଲା ସେଥିରେ କେନ୍ଦ୍ର ଅନେକ କିଛି ଜିନିଷ ପରିବର୍ତ୍ତନ କରିଥିଲେ ମଧ୍ୟ ଶେଷରେ ମନୋନୀତ କରିଥିଲା।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post