ଆଜି ବିଶ୍ୱ କର୍କଟ ଦିବସ । ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଓ ବିଭିନ୍ନ ସେବା ସଙ୍ଗଠନ ଦ୍ୱାରା ପ୍ରତିବର୍ଷ ଫେବୃଆରୀ ୪ ତାରିଖକୁ ବିଶ୍ୱ କ୍ୟାନ୍ସର ଦିବସ ଭାବେ ପାଳନ କରାଯାଏ । ତେବେ ଚଳିତବର୍ଷ ବିଶ୍ୱ କ୍ୟାନ୍ସର ଦିବସର ବାର୍ତ୍ତା ରହିଛି ‘ଆଇ ଆମ୍ ଆଣ୍ଡ ଆଇ ଉଇଲ୍’। ଭୁଲ୍ ସୂଚନା ଏବଂ ଅନ୍ଧବିଶ୍ୱାସକୁ ଦୂର କରିବା ସହ ସଚେତନତା ସୃଷ୍ଟି କରିବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ଠିକ୍ ସମୟରେ ରୋଗକୁ ଚିହ୍ନଟ କରି ଏହାର ଚିକିତ୍ସା କରାଗଲେ ଏହି ରୋଗରେ ପୀଡ଼ିତ ରୋଗୀ ସୁସ୍ଥ ହେବାର ଅଧିକ ସମ୍ଭାବନା ରହିଥାଏ। ତମାଖୁ ସେବନ, ମଦ୍ୟପାନ, ଖାଦ୍ୟ ପଦାର୍ଥରେ ରାସାୟନିକ ଦ୍ରବ୍ୟର ବ୍ୟବହାର ଏବଂ କିଛି ଭୂତାଣୁ ଜନିକ ସଂକ୍ରମଣରୁ କର୍କଟ ରୋଗ ହୋଇଥାଏ। ବିଶ୍ୱରେ ୮୦ ଲକ୍ଷରୁ ଅଧିକ ଲୋକ ପ୍ରତିବର୍ଷ କର୍କଟ ରୋଗରେ ପ୍ରାଣ ହରାଉଛନ୍ତି। କର୍କଟଜନିତ ମୃତ୍ୟୁ ଓ ପୀଡ଼ିତଙ୍କ ସଂଖ୍ୟା ହ୍ରାସ କରିବା ଲାଗି କର୍କଟ ଆକ୍ରାନ୍ତଙ୍କ ସମର୍ଥନରେ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ ଆୟୋଜନ କରାଯାଏ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Next Post