ଆଜି ଓଡ଼ିଶାରେ ପହଞ୍ଚିବେ ରାହୁଲ ଗାନ୍ଧୀ । ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ସୁନ୍ଦରଗଡ଼, ରାଉରକେଲା ଓ ଝାରସୁଗୁଡ଼ା ଦେଇ ଏହା ଆଗକୁ ବଢ଼ିବ। ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼୍ଗେଙ୍କ ପରେ ରାହୁଲ ଗାନ୍ଧୀଙ୍କ ଓଡ଼ିଆ ଆଗମନକୁ ନେଇ ରାଜ୍ୟ କଂଗ୍ରେସ ଶିବିର ବେଶ୍ ଉତ୍ସାହିତ। ରାହୁଲଙ୍କ ଗସ୍ତ ପାଇଁ କଂଗ୍ରେସ ଟିମ୍ ରାଉରକେଲାରେ ପହଞ୍ଚି ସାରିଛନ୍ତି। ଉପକୂଳ ଓଡ଼ିଶାରେ ଶ୍ରୀ ଖଡ଼୍ଗେ ନିର୍ବାଚନ ବିଗୁଲ ବଜାଇ ସାରିଥିବା ବେଳେ ପଶ୍ଚିମରେ ନିର୍ବାଚନ ବିଗୁଲ ବଜାଇବେ ରାହୁଲ। ଆସନ୍ତାକାଲି ଦିନ ସାଢ଼େ ୨ଟାରେ ରାହୁଲଙ୍କ ଯାତ୍ରା ଝାଡ଼ଖଣ୍ଡ-ଓଡ଼ିଶା ସୀମାରେ ପହଞ୍ଚିବ। ବାସଜୋଲଠାରୁ ୪୨ କି.ମି ଦୂର ଅତିକ୍ରମ କରି ଓଡ଼ିଶାର ବୀରମିତ୍ରପୁରଠାରେ ପହଞ୍ଚିବ। ସେଠାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଓ ଜିଲ୍ଲା କଂଗ୍ରେସ କମିଟି କର୍ମକର୍ତ୍ତା ତାଙ୍କୁ ସ୍ବାଗତ କରିବେ। ପରେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ପତାକା ରାଜ୍ୟ କଂଗ୍ରେସକୁ ହସ୍ତାନ୍ତର କରାଯିବ। ରାଜ୍ୟ କଂଗ୍ରେସ ପକ୍ଷରୁ କୁହାଯାଇଛି ଯେ ରାହୁଲଙ୍କ ଏହି ଗସ୍ତ ନେଇ ଦଳୀୟ କର୍ମକର୍ତ୍ତାଙ୍କଠାରୁ ଆରମ୍ଭ କରି ଜନସାଧାରଣ ବେଶ୍ ଉତ୍ସାହିତ।
Trending
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
- ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା, ରାଜ୍ୟର ବିଭିନ୍ନ ସ୍ଥାନରେ ବୋଇତ ବନ୍ଦାଣ କାର୍ଯ୍ୟକ୍ରମ ଅନୁଷ୍ଠିତ