ସାଂସଦ ଅନୁଭବ ଓ ଅଭିନେତ୍ରୀ ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାରେ ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । ନିଜର ବିବାହ ବିଚ୍ଛେଦ ବାବଦରେ ନିଜେ ଅନୁଭବ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସ’ରେ ସୂଚନା ଦେଇଛନ୍ତି । ବିବାହର ୧୦ ବର୍ଷ ପୂର୍ତ୍ତି ପୂର୍ବରୁ ତାଙ୍କର ଛାଡ଼ପତ୍ର ହୋଇଥିବା ଅନୁଭବ ଲେଖିଛନ୍ତି । ଏହି ଅବସରରେ ଅନୁଭବ କୋର୍ଟଙ୍କ ଅର୍ଡରର ଏକ ଫଟୋକପିକୁ ସଂଲଗ୍ନ କରିଛନ୍ତି । ଗତ ୧୦ ବର୍ଷର ବିବାହ ବନ୍ଧନ ତାଙ୍କ ପାଇଁ ବେଶ୍ କଷ୍ଟଦାୟକ, ହୃଦୟହୀନ ଓ ଅର୍ଥହୀନ ଥିଲା ବୋଲି ସେ କହିଛନ୍ତି । ଫେବୃଆରୀ ୮ ତାରିଖରେ ତାଙ୍କର ବିବାହକୁ ୧୦ ବର୍ଷ ପୂରିଥିବା ବେଳେ ଏହାର ଗୋଟିଏ ଦିନ ପୂର୍ବରୁ ତାଙ୍କର ବିବାହ ବିଚ୍ଛେଦ ହୋଇଥିବା ଅନୁଭବ କହିଛନ୍ତି ।ସୂଚନାଯୋଗ୍ୟ ଯେ, ପୂର୍ବରୁ ଅନୁଭବଙ୍କ ଛାଡ଼ପତ୍ର ଆବେଦନକୁ ପରିବାର କୋର୍ଟ ଖାରଜ କରିଦେଇଥିଲେ । ଏଥିସହିତ ଦୁହେଁ ଏକାଠି ରହିବା ନେଇ ବର୍ଷା କରିଥିବା ଆବେଦନକୁ ମଧ୍ୟ କୋର୍ଟ ଅଗ୍ରାହ୍ୟ କରିଦେଇଥିଲେ । ଏନେଇ ଅନୁଭବ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ । ଅନୁଭବଙ୍କୁ ଛାଡ଼ପତ୍ର ଆବେଦନ ପାଇଁ ହାଇକୋର୍ଟ ଅନୁମତି ଦେବା ପରେ ବର୍ଷାଙ୍କୁ ନେଇ ଚାରିଆଡ଼େ ବେଶ୍ ଚର୍ଚ୍ଚା ହୋଇଥିଲା । ବର୍ଷା ବିବାହ ବିଚ୍ଛେଦରେ ପୂର୍ଣ୍ଣଚ୍ଛେଦ ଟାଣିବେ କି ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିବେ ସେନେଇ ପ୍ରଶ୍ନ ଉଠିଥିଲା ।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
Next Post