ଛେଚିବ ବର୍ଷା
ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ହାଲୁକା ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଉଭୟ ଦିନ ଓ ରାତି ତାପମାତ୍ରା ବଢ଼ିବାରେ ଲାଗିଛି। ଗତକାଲି ଅଧିକାଂଶ ସହରର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ଉପରେ ରହିଥିଲା।ଗତକାଲି ରାତିରେ ୧୭ଟି ସହରର ସର୍ବନିମ୍ନ ତାପମାତ୍ରା ୨୦ ଡିଗ୍ରୀ ଉପରେ ଥିଲା। ପୁରୀରେ ସର୍ବାଧିକ ୨୪.୧ ଡିଗ୍ରି, ଭୁବନେଶ୍ୱର ଓ ପାରାଦୀପରେ ୨୩.୫ ଡିଗ୍ରି ରେକର୍ଡ଼ ହୋଇଥିଲା। ଗତ ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ସ୍ଥାନର ରାତିର ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୬ ଡିଗ୍ରି ଅଧିକ ରହିଥିଲା।