ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ହିତାଧିକାରୀଙ୍କ ମାସିକ ପେନସନ୍ ୫୦୦ଟଙ୍କା ବୃଦ୍ଧି କରିବା ପରେ ଚାରିଆଡ଼ୁ ପ୍ରଶଂସା କରାଯାଇଛି। ଏହାଦ୍ବାରା ମଧୁବାବୁ ପେନସନ୍ ଯୋଜନାର ଓ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀ ମାସକୁ ୧୦୦୦ ଟଙ୍କା ପାଇବେ। ଯେଉଁମାନେ ୭୦୦ ଟଙ୍କା ପାଉଥିଲେ ସେମାନେ ପାଇବେ ୧୨୦୦ ଟଙ୍କା, ଯେଉଁମାନେ ୯୦୦ ଟଙ୍କା ପାଉଥିଲେ ସେମାନେ ପାଇବେ ୧୪୦୦ ଟଙ୍କା। ହିତାଧିକାରୀମାନେ ଚଳିତ ଫେବ୍ରୁଆରି ମାସରୁ ବର୍ଦ୍ଧିତ ହାରରେ ପେନସନ୍ ପାଇବେ। ମଧୁବାବୁ ପେନସନ୍ ଯୋଜନାର ହିତାଧିକାରୀ ମାନଙ୍କୁ ଫେବ୍ରୁଆରି ମାସର ଭତ୍ତା ଟଙ୍କା ୨୦ରୁ ୨୫ତାରିଖ ମଧ୍ୟରେ ଦେବାକୁ କୁହାଯାଇଛି। ଏହାସହ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ଆକାଉଣ୍ଟରେ ୫୦୦ଟଙ୍କା ଲେଖାଏ ଜମା କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଉପରୋକ୍ତ ଦୁଇଟି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ ୫୦୦ଟଙ୍କା, ୭୦୦ଟଙ୍କା ଓ ୯୦୦ଟଙ୍କା ପାଉଥିଲେ। ଏବେ ସେମାନେ ଯଥାକ୍ରମେ ୧୦୦୦ଟଙ୍କା, ୧୨୦୦ଟଙ୍କା ଓ ୧୪୦୦ଟଙ୍କା ପାଇବେ। ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ ୩୬୮୩ କୋଟି ଟଙ୍କା ଖର୍ଚ୍ଚ କରିବେ।
Trending
- ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଆଜି ଅଖିମୁଠି ଅନୁକୂଳ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
Prev Post
Next Post