ବିଶିଷ୍ଟ ସାହିତ୍ୟିକ ସାତକଡ଼ି ହୋତା ଆଉ ନାହାନ୍ତି। ୯୫ ବର୍ଷ ବୟସରେ ସେ ଇହଲୀଳା ସମ୍ବରଣ କରିଛନ୍ତି। ସେ ଓଡ଼ିଶା ସାହିତ୍ୟ ଏକାଡେମିର ପୂର୍ବତନ ସଭାପତି ଥିଲେ। ଏହାଛଡ଼ା ଭାରତୀୟ ରେଳସେବାରୁ ସେ ଅବସର ନେବା ପରେ ଦୈନିକ ଖବରକାଗଜ ‘ସମୟ’ର ବି ସଂପାଦକ ଥିଲେ। ୧୯୨୯ ମସିହାରେ ମୟୂରଭଞ୍ଜ ଜିଲ୍ଲାର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ କରିଥିଲେ।ସାତକଡ଼ି ହୋତାଙ୍କ ବହୁ ଗଳ୍ପ, ଉପନ୍ୟାସ, କବିତା ପ୍ରକାଶିତ ହୋଇଛି। ସାତକଡ଼ିଙ୍କର ୨୭ଟି ଗଳ୍ପ, ୨୧ଟି ଉପନ୍ୟାସ ଓ ଗୋଟିଏ କବିତା ବହି ପ୍ରକାଶ ପାଇଥିଲା। ୧୯୬୭ରେ ତାଙ୍କର ପ୍ରଥମ ଉପନ୍ୟାସ ‘ବ୍ୟାକୁଳ ହୃଦୟ’ ପ୍ରକାଶିତ ହୋଇଥିଲା।୧୯୮୭ରେ ଉପନ୍ୟାସ ଅଶାନ୍ତ ଅରଣ୍ୟ ପାଇଁ ସେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ। ମୁକ୍ତିମନ୍ତ୍ରୀ ଓ ଜନନୀ ଜନ୍ମଭୂମୀ ଗଳ୍ପ ସଙ୍କଳନ ପାଇଁ ୨୦୦୪ରେ ସେ ସମ୍ମାନଜନକ ଶାରଳା ପୁରସ୍କାର ଲାଭ କରିଥିଲେ। ଏହା ବ୍ୟତୀତ ସାହିତ୍ୟ ଭାରତୀ ସମ୍ମାନ ପ୍ରାପ୍ତ କରିଥିଲେ।
Trending
- ପୂର୍ବତନ କେନ୍ଦ୍ରମନ୍ତ୍ରୀ ଗିରିଜା ବ୍ୟାସଙ୍କର ପରଲୋକ
- KIIT ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା
- ଆଜି ଅନ୍ତର୍ଜାତୀୟ ଶ୍ରମିକ ଦିବସ
- ଲାହୋର-କରାଚିରେ ଏୟାର ସ୍ପେସ ବନ୍ଦ
- କଟକ ବଡ଼ ଡାକ୍ତରଖାନା ପର୍ଯ୍ୟନ୍ତ ଗଡ଼ିବ ମେଟ୍ରୋ ରେଳ
- ଆଜିଠୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକା ବନ୍ଦ
- ବେଆଇନ ଲଘୁଖଣିଜ ପଦାର୍ଥ ଚୋରାଚାଲାଣ ପୋଲିସର ଚଢାଉ ୯ଗାଡି ଜବତ ୮ଡ୍ରାଇଭର ଅଟକ
- ଅକ୍ଷୟ ତୃତୀୟା ଅବସରରେ ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ
- ଆଗାମୀ ଜନଗଣନା ପ୍ରକ୍ରିୟାରେ ଜାତିଗଣନାକୁ ଅନ୍ତର୍ଭୁକ୍ତ ହେବ
- ବୋମା ମାଡ଼ ଘଟଣା ୩ଅଭିଯୁକ୍ତ ଗିରଫ