କ୍ଷୀର :- କ୍ଷୀରରେ ପ୍ରଚୁର ପରିମାଣରେ ପ୍ରୋଟିନ ରହିଛି। ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ଏହାକୁ ଦିନରେ ପିଇବା ଦ୍ବାରା ଅଳସୁଆ ଅନୁଭବ ହୋଇଥାଏ। ତେଣୁ କ୍ଷୀରକୁ ରାତିରେ ପିଇବା ଦ୍ବାରା ସଠିକ ଭାବେ ନିଦ ହୋଇଥାଏ। ଏହାସହ ହଜମ ମଧ୍ୟ ଠିକ ଭାବେ ହୋଇଥାଏ।
ଦହି :- ରାତିରେ ଦହି ଖାଇବାକୁ ବାରଣ କରାଯାଇଛି। କାରଣ ରାତିରେ ଦହି ଖାଇବା ଦ୍ବାରା ଶରୀରର ଉଷ୍ମତା ବୃଦ୍ଧି ହୋଇଥାଏ। ଯାହାଦ୍ବାରା ଏସିଡିଟି ସମସ୍ୟା ସୃଷ୍ଟି ହୋଇଥାଏ। ଏହାସହ ରାତିରେ ଦହି ଖାଇବା ଦ୍ବାରା ଥଣ୍ଡା ହେବା ସହ କଫ ସମସ୍ୟା ସୃଷ୍ଟି ହୋଇଥାଏ। ତେଣୁ ଦହିକୁ ଦିନରେ ଖାଇବା ଦ୍ବାରା ଶରୀରକୁ ସଠିକ ପରିମାଣରେ ପୋଷକତତ୍ତ୍ବ ମିଳିଥାଏ। ଏହାସହ ହଜମ କ୍ରିୟା ସଠିକ ଭାବେ ହୋଇଥାଏ।
ଗ୍ରୀନ ଟି :- ଗ୍ରୀନ ଟି ପିଇବା ଦ୍ବାରା ଶରୀରକୁ ସତେଜ ଅନୁଭବ ହୋଇଥାଏ। ଏହା ଶରୀର ପାଇଁ ଉପକାରୀ ଅଟେ। କିନ୍ତୁ ଏହାକୁ ଠିକ ସମୟରେ ନ ପିଇବା ଦ୍ବାରା ଏସିଡିଟି ହୋଇଥାଏ। ତେଣୁ ସର୍ବଦା ସକାଳ ସମୟରେ ଗ୍ରୀନ ଟି ପିଇବା ଉଚିତ।
ସେଓ :- ଉତ୍ତମ ସ୍ବାସ୍ଥ୍ୟ ପାଇଁ ସମସ୍ତେ ସେଓ ଖାଇ ଥାଆନ୍ତି। ଏହାକୁ ଠିକ ସମୟରେ ନ ଖାଇବା ଦ୍ବାରା ପାକସ୍ଥଳୀରେ ଏସିଡର ପରିମାଣ ବୃଦ୍ଧି ହୋଇଥାଏ। ବିଶେଷ କରି ସେଓକୁ ରାତିରେ ଖାଇବା ଉଚିତ ନୁହେଁ। ଏହାକୁ ରାତିରେ ଖାଇବା ଦ୍ବାରା ଶରୀରରେ ଅମ୍ଳତ୍ବ ବୃଦ୍ଧି ପାଇଥାଏ। ତେଣୁ ଦିନ ବେଳା ସେଓ ଖାଆନ୍ତୁ।
କଦଳୀ :- ସାଧାରଣତଃ ରାତିରେ କଦଳୀ ଖାଇବା ଦ୍ବାରା ଥଣ୍ଡା ଓ କଫ ସମସ୍ୟା ସୃଷ୍ଟି ହୋଇଥାଏ। ଏହାସହ ଖାଲି ପେଟରେ କଦଳୀ ଖାଇବା ଦ୍ବାରା ପାକସ୍ଥଳୀରେ ସମସ୍ୟା ଦେଖା ଦେଇଥାଏ। ଦିନ ବେଳେ କଦଳୀ ଖାଇବା ଉଚିତ। କାରଣ ଏହା ଦିନରେ ସଠିକ ଭାବେ ହଜମ ହୋଇପାରେ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post