ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀ । ଧରାପୃଷ୍ଠକୁ ଅବତରଣ କରିଛନ୍ତି ବିଦ୍ୟାଦାତ୍ରୀ ମାଆ ସରସ୍ବତୀ। ବସନ୍ତ ପଞ୍ଚମୀ ଦିନ ଦେବୀ ସରସ୍ୱତୀଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ଦେବୀ ଲକ୍ଷ୍ମୀ ଏବଂ ଦେବୀ କାଳୀଙ୍କର ମଧ୍ୟ ଆଶୀର୍ବାଦ ପ୍ରାପ୍ତ ହୁଏ ଏବଂ ବାଗବାଦୀନି ପ୍ରସନ୍ନ ହୋଇଥାନ୍ତି । ପୂଜା କରିବା ସମୟରେ ମା’ଙ୍କୁ ହଳଦୀ ରଙ୍ଗର ସାମଗ୍ରୀ ଲାଗି କରିବା ଅତ୍ୟନ୍ତ ଶୁଭ ବିବେଚନା କରାଯାଏ । କାରଣ ମାଆ ବିଦ୍ୟାଦାତ୍ରୀଙ୍କ ପ୍ରିୟ ରଙ୍ଗ ହଳଦୀଆ ।ସରସ୍ବତୀ ହେଉଛନ୍ତି ଜ୍ଞାନର ଦେବୀ। ତେଣୁ ଆଜି ସମସ୍ତ ଶିକ୍ଷାନୁଷ୍ଠାନରେ ମାଆଙ୍କୁ ସ୍ବତନ୍ତ୍ର ଭାବରେ ଆରାଧନା କରାଯାଉଛି। ସକାଳୁ ସକାଳୁ ଛୋଟ ଛୋଟ ପିଲାମାନେ ସ୍କୁଲ ଯାଇଛନ୍ତି। ମା’ ସରସ୍ବତୀଙ୍କୁ ବାଗଦେବୀ, ଭଗବତୀ, ଶାରଦା, ବୀଣାବାଦିନୀ ରୂପରେ ପୂଜା କରାଯାଇଥାଏ । ଏହି ଦିନ ଅନେକ ନୂତନ କାର୍ଯ୍ୟର ଆରମ୍ଭ ମଧ୍ୟ କରାଯାଇଥାଏ । ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ। ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ପୂଜା କରାଯାଉଛି। ସରସ୍ବତୀଙ୍କୁ ଜ୍ଞାନର ଦେବୀ କୁହାଯାଏ।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Next Post