ଆଜି ଓଡ଼ିଶା ଓ ମଧ୍ୟପ୍ରଦେଶ ରାଜ୍ୟସଭା ନିର୍ବାଚନ ପାଇଁ ୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେପି । ତେବେ ଓଡ଼ିଶାର ରାଜ୍ୟସଭା ଆସନ ପାଇଁ ବିଜେପି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନାମ ଘୋଷଣା କରିଛି । ଆସନ୍ତା ଏପ୍ରିଲ ମାସରେ ଓଡ଼ିଶାର ୩ଟି ରାଜ୍ୟସଭା ଆସନ ଖାଲି ହେଉଥିବାରୁ ଏହା ମଧ୍ୟରେ ବିଜେଡି ଦୁଇଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛି । ତେବେ ବିଜେପି ପ୍ରାର୍ଥୀ ଅଶ୍ୱିନୀଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱକୁ ବିଜେଡି ସମର୍ଥନ କରିଛି ।ରାଜ୍ୟସଭା ନିର୍ବାଚନର ପ୍ରାର୍ଥୀ ଭାବେ ଅଶ୍ୱିନୀଙ୍କ ପ୍ରାର୍ଥୀତ୍ୱକୁ ବିଜେଡି ସମର୍ଥନ କରିଛି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏକ ବଡ଼ ଘୋଷଣା କରିଛନ୍ତି । ଓଡ଼ିଶାର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ବିଜେଡି ଏହି ନିଷ୍ପତ୍ତି ନେଇଥିବା ନବୀନ କହିଛନ୍ତି । ଏନେଇ ବିଜେଡି ତରଫରୁ ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି । ରେଲୱେ ଓ ଟେଲିକମ୍ କ୍ଷେତ୍ରରେ ରାଜ୍ୟବାସୀଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦେଇ ବିଜେଡି ଏହି ନିଷ୍ପତ୍ତି ଗ୍ରହଣ କରିଛି । ଗତଥର ମଧ୍ୟ ବିଜେଡି ସମର୍ଥନରେ ବିଜେପି ପ୍ରାର୍ଥୀ ଭାବେ ଅଶ୍ୱିନୀ ରାଜ୍ୟସଭାକୁ ଯାଇଥିଲେ ।ସୂଚନାଯୋଗ୍ୟ ଯେ, ଆସନ୍ତା ୨୭ ତାରିଖରେ ଦେଶର ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ । ଏନେଇ ଗତ ୮ ତାରିଖରେ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଓଡ଼ିଶାର ୩ ଜଣ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ ଓ ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ମାସ ୩ ତାରିଖରେ ସମାପ୍ତ ହେବ । ଏନେଇ ବିଜେଡି ପକ୍ଷରୁ ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା । ବିଜେପି ମଧ୍ୟରୁ ମଧ୍ୟ ପୂର୍ବରୁ ବିଭିନ୍ନ ରାଜ୍ୟର ୧୪ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିଲା ।
Trending
- ଓଡ଼ିଶା ଛାଡ଼ି ଇଣ୍ଡୋନେସିଆ ଯିବେ ୫ଟି ଶିଶୁ ଓରାଙ୍ଗଉଟାନ୍
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
Prev Post
Next Post