ବାଗଚି ଶ୍ରୀଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନ ଲୋକାର୍ପଣ

ଭୁବନେଶ୍ବର: ବାଗଚି ଶ୍ରୀଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ବହୁ ପ୍ରତିକ୍ଷିତ ବାଗଚି ଶ୍ରୀଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନକୁ ଦ ଉତ୍ସର୍ଗ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଏହି କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଲୋକାର୍ପଣ କର୍କଟ ରୋଗ ଚିକିତ୍ସା କ୍ଷେତ୍ରରେ ସମଗ୍ର ଦେଶରେ ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ । ଭୁବନେଶ୍ୱରରେ ପ୍ରତିଷ୍ଠିତ ଏହି କର୍କଟ ହସ୍ପିଟାଲରେ ୭୫୦ ଶଯ୍ୟା ରହିଥିବା ବେଳେ ଏହା ବାଙ୍ଗାଲୋରର ଶ୍ରୀଶଙ୍କରା କର୍କଟ କେନ୍ଦ୍ର ଏବଂ ଗବେଷଣା ପ୍ରତିଷ୍ଠାନର ଏକ ଶାଖା । ଏଠାରେ ସହଜ ଓ ସୁଲଭ ମୂଲ୍ୟରେ ଅତ୍ୟାଧୁନିକ ପଦ୍ଧତିରେ ଚିକିତ୍ସା କରାଯିବ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଏହି ହସ୍ପିଟାଲ ଓଡ଼ିଶାରେ ସ୍ବାସ୍ଥ୍ୟସେବାର ନୂଆ ଯୁଗ ଆରମ୍ଭ କରିଛି । କର୍କଟ ରୋଗ ଚିକିତ୍ସା ପାଇଁ ଆରମ୍ଭ ହୋଇଛି ନୂଆ ଯୁଗ । 5T ମାଧ୍ୟମରେ ସବୁ ହସ୍ପିଟାଲର ରୂପାନ୍ତରଣ ହେଉଛି । ସାରା ଦେଶରେ BSKY ବେଞ୍ଚ ମାର୍କ ସୃଷ୍ଟି କରିଛି । ଆମ ହସ୍ପିଟାଲ ଯୋଜନାରେ ରୋଗୀଙ୍କ ଆଟେଣ୍ଡାଣ୍ଟଙ୍କୁ ସୁବିଧା ଦିଆଯାଉଛି । ବିଭିନ୍ନ ଜିଲ୍ଲାରେ କ୍ୟାନସର ଚିକିତ୍ସା ପାଇଁ ବ୍ୟବସ୍ଥା କରାଯାଉଛି ।’