ଆଜିଠୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ପ୍ଲସ ଟୁ ଏକଜାମ। । ବିଜ୍ଞାନରେ ପରୀକ୍ଷା ଦେବେ ୧ଲକ୍ଷ ୧୬ ହଜାର ୪୪୭ ଜଣ ଛାତ୍ରଛାତ୍ରୀ। ପ୍ରଥମେ ମାତୃଭାଷା ପେପର ଦେବେ ପରୀକ୍ଷାର୍ଥୀ। କିଭଳି ଦେବେ ପରୀକ୍ଷା? ଏକଜାମ ପାଇଁ କଣ ରହିଛି ନିୟମ? ସେନେଇ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଇଛି ଯୁକ୍ତ ଦୁଇ ପରିଷଦ।ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବାକୁ ହେବ। ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଖାତା ମିଳିବ।  ୫ ମିନିଟ୍ ପୂର୍ବରୁ ଦିଆଯିବ ପ୍ରଶ୍ନପତ୍ର। ପେପର ପରୀକ୍ଷା ଦେବେ। ପରୀକ୍ଷା ପାଇଁ ଅଧଘଣ୍ଟା ଆଗରୁ ଛାତ୍ରଛାତ୍ରୀମାନେ କେନ୍ଦ୍ରରେ ପହଞ୍ଚିବାକୁ ପଡିବ ବୋଲି ପୂର୍ବରୁ ପରାମର୍ଶ ଦେଇଥିଲା ଯୁକ୍ତ ଦୁଇ ପରିଷଦ। ୧୫ ମିନିଟ୍ ପୂର୍ବରୁ ହଲ୍ ପ୍ରବେଶ ସହ ୧୦ ମିନିଟ୍ ପୂର୍ବରୁ ଖାତା ମିଳିବ। ୫ ମିନିଟ୍ ପୂର୍ବରୁ ଦିଆଯିବ ପ୍ରଶ୍ନପତ୍ର। ଉତ୍ତର ଖାତାରେ ନିଜର ରୋଲ୍ ନମ୍ବର, ରେଜିଷ୍ଟ୍ରେସନ୍ ନମ୍ବର ଠିକ୍ ଭାବରେ ଠିକ୍ ଜାଗାରେ ଲେଖିବାକୁ ପଡ଼ିବ। ପ୍ରଶ୍ନ ପତ୍ରର ସେଟ୍ କୋଡକୁ ନିର୍ଭୁଲ ଭାବରେ ଲେଖିବା ସହ ଉପସ୍ଥାନ ଖାତାରେ ନିଜର ରୋଲ୍ ନମ୍ବର ଦେଖି ଉପସ୍ଥାନ ଦେବେ। ପରୀକ୍ଷା ହଲକୁ କଳା ବଲ୍ ପେନ୍ ଏବଂ ଆଡମିଟ୍ କାର୍ଡ ବ୍ଯତୀତ ଅନ୍ଯ ଜିନିଷ ନେବା ନିଷେଧ କରାଯାଇଛି ।