ନୂଆଦିଲ୍ଲୀ: ଏମଏସପି ସମେତ ବିଭିନ୍ନ ଦାବିରେ ଅଟଳ ଚାଷୀ ଆଜି ସାରା ଦେଶରେ କରିବେ ଆନ୍ଦୋଳନ। ଗତକାଲି ୩ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲ, ନିତ୍ଯାନନ୍ଦ ରାୟ ଓ ଅର୍ଜୁନ ମୁଣ୍ଡାଙ୍କ ସହ ଚାଷୀ ନେତାଙ୍କ ଆଲୋଚନା ପରେ ସମାଧାନର ସୂତ୍ର ବାହାରି ପାରିନଥିଲା। ବିଭିନ୍ନ କୃଷିପ୍ରଧାନ ରାଜ୍ୟରେ ଆନ୍ଦୋଳନର ପ୍ରଭାବ ଜୋରଦାର ପଡିବା ଆଶଙ୍କା କରାଯାଉଛି। ଆନ୍ଦୋଳନରେ ୨୦୦ରୁ ଅଧିକ ସଂଗଠନ ସାମିଲ ଥିବାରୁ ଏହାର ସଫଳ ହେବା ଆଶା ରହିଛି। ଆନ୍ଦୋଳନକୁ ଦୃଷ୍ଟିରେ ରଖି ପଞ୍ଜାବ ଓ ହରିଆଣା ଶମ୍ଭୁ ସୀମାରେ କଡା ନିରାପତ୍ତା ବ୍ଯବସ୍ଥା କରାଯାଇଛି। ଦିଲ୍ଲୀ ବି ରହିଛି ଆଲର୍ଟରେ। ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ଲାଗି ଆଇନଗତ ଗ୍ଯାରେଣ୍ଟି, ସ୍ବାମୀନାଥନ କମିଶନ ସୁପାରିସ କାର୍ଯ୍ୟକାରୀ, ଚାଷୀ ଓ କୃଷି ଶ୍ରମିକଙ୍କୁ ପେନସନ, ଚାଷୀଙ୍କ ଉପରୁ ଋଣ ଛାଡ଼, ଲଖିମପୁର ଖେରି ହିଂସା ଘଟଣାରେ ପୀଡିତଙ୍କୁ ନ୍ୟାୟ ଆଦି ଦାବିରେ ଜାରି ରହିଛି ଆନ୍ଦୋଳନ।
Trending
- ପାଟନା ସିଭିଲ କୋର୍ଟରେ ଗୁଳିକାଣ୍ଡ ମାମଲାରେ ଚର୍ଚ୍ଚିତ ଶିକ୍ଷକ ଖାନ୍ ସାର୍
- ରାଜ୍ୟରେ ମୋଟ ୩,୭୯୩.୩୩ କୋଟି ଟଙ୍କାର ପୁଞ୍ଜିନିବେଶ ହେବାକୁ ଯାଉଥିବା ବେଳେ ୧୯,୯୨୪ ଜଣଙ୍କ ପାଇଁ ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ
- ଅନ୍ତର୍ଜାତୀୟ ରଜ ଉତ୍ସବ ଉପରେ କାଳବୈଶାଖୀ ମାଡ଼,ବ୍ୟବସାୟୀଙ୍କ ସାମଗ୍ରୀରେ ପାଣି ପଶି ଲକ୍ଷାଧିକ ଟଙ୍କାର କ୍ଷତି ହୋଇଛି
- ଦିଲ୍ଲୀରେ ‘କକ୍ରୋଚ୍’ ପାର୍ଟିର ଆନ୍ଦୋଳନ,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି
- କାଳବୈଶାଖୀ ପ୍ରଭାବରେ ରାଜଧାନୀରେ ପ୍ରବଳ ବର୍ଷା ସହ କୁଆପଥର ବର୍ଷା
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ