ଆଜି ଟେକ୍ସଟାଇଲ ପାର୍କର ହେବ ଶିଳାନ୍ୟାସ । କଟକ ଚୌଦ୍ବାରରେ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୩୦ ଏକର ଜମିରେ ହେବ ୱେଲସ୍ପୁନ ଟେକ୍ସଟାଇଲ କମ୍ପ୍ଲେକ୍ସ । ୩ ହଜାର କୋଟି ଟଙ୍କାର ହେବ ପୁଞ୍ଜି ନିବେଶ। ପ୍ରକଳ୍ପ ଦ୍ବାରା ପ୍ରାୟ ୧୦ ହଜାର ନିଯୁକ୍ତି ସୃଷ୍ଟିର ଆଶା ରହିଛି । ରାଜ୍ୟ ସରକାର ‘ଓଡ଼ିଶା ଟେକ୍ସଟାଇଲ ମିଲ’ର ମୋଟ ୫୨୨ ଏକର ଜମିକୁ ନିଜ ଅଧିନକୁ ନେଇ ସେଥିରୁ ଟେକ୍ସଟାଇଲ ପାର୍କ ପାଇଁ ୱେଲସ୍ପନ୍ କମ୍ପାନୀକୁ ପ୍ରଥମ ପର୍ଯ୍ୟାୟରେ ୨୩୦ ଏକର ଜମି ଯୋଗାଇ ଦେଇଛନ୍ତି । ପର୍ଯ୍ୟାୟକ୍ରମେ କମ୍ପାନୀକୁ ବାକି ଜମି ମଧ୍ୟ ଯୋଗାଇଦେବେ ସରକାର ।ଓଡ଼ିଶା ଟେକ୍ସଟାଇଲ ମିଲ’ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କର ସ୍ୱପ୍ନର ପ୍ରକଳ୍ପ ଥିଲା । କାଳକ୍ରମେ ଏହା ବନ୍ଦ ହୋଇପଡିଥିବା ବେଳେ ଏଠାରେ କାମ କରୁଥିବା ଶ୍ରମିକ ମାନେ ମଧ୍ୟ ଛଟେଇ ହୋଇଥିଲେ । ଦୀର୍ଘ ଦିନର ଦାବି ପରେ ଏଠାରେ ନୂଆ ଟେକ୍ସଟାଇଲ ପାର୍କ ନିର୍ମାଣ ହେବାକୁ ଯାଉଥିବା ବେଳେ ନିଯୁକ୍ତିରେ ସ୍ଥାନୀୟ ଅଂଚଳର ଯୁବକ ଯୁମତୀ ମାନେ ସୁଯୋଗ ପାଇବେ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post