ବରଗଡ: ପଶ୍ଚିମ ଓଡ଼ିଶାର ସ୍ବାସ୍ଥ୍ୟସେବା ନୂଆ ଅଧ୍ୟାୟ । ଆଜି ଲୋକାର୍ପିତ ହେବ ବରଗଡ଼ କ୍ୟାନସର ହସପିଟାଲ । ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ନିକଟରେ ପ୍ରାୟ ୫ ମହଲା ବିଶିଷ୍ଟ ଏକ ବିରାଟ କ୍ୟାନ୍ସର ହସ୍ପିଟାଲ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । ୧୦୬ କୋଟି ୬ ଲକ୍ଷ ଟଙ୍କା ବିନିମୟରେ ୧୨ ହଜାର ୬୮୨ ବର୍ଗ ମିଟରରେ ନିର୍ମାଣ ହୋଇଛି ଏହି ହସ୍ପିଟାଲ । ସେହିଭଳି ୨୨ କୋଟି ୭୮ ଲକ୍ଷ ଟଙ୍କା ବିନିମୟରେ ନୃସିଂହନାଥ ପୀଠର ବିକାଶ ଓ ରୂପାନ୍ତରଣର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ । ୩୪୨ କୋଟି ୬୯ ଲକ୍ଷ ୬୩ ହଜାର ଟଙ୍କା ବ୍ୟୟରେ ୫୯ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ସହ ୨୬୩ କୋଟି ୩୩ ଲକ୍ଷ ୧୮ ହଜାର ଟଙ୍କା ବ୍ୟୟରେ ୨୧ ଗୋଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୨୦୧୯ ମସିହାରେ ସୋହେଲା ଠାରେ ଆୟୋଜିତ ଏକ ସଭାରେ କ୍ୟାନ୍ସର ହସ୍ପିଟାଲ୍ ନିର୍ମାଣ ପାଇଁ ଘୋଷଣା କରିଥିଲେ ମୁଖ୍ୟମନ୍ତ୍ରୀ । ଏହା ଆଜି ବାସ୍ତବରୂପ ନେବାକୁ ଯାଉଛି । କ୍ୟାନସର ହସପିଟାଲରେ ରହିଛି ୧୦୦ ଶଯ୍ୟା । ଇନଡୋର ୱାର୍ଡ ପାଇଁ ୪୦ ଶଯ୍ୟା, ଡେ- କେୟାର କେମୋଥେରାପି ପାଇଁ ୨୦ ଶଯ୍ୟା , ଆଇସିୟୁ ପାଇଁ ୬ ଶଯ୍ୟା, ହାଇ ଡିପେନ୍ଡେସି ଇଉନିଟ୍ ପାଇଁ ୬ ଶଯ୍ୟା, ପ୍ରି-ସର୍ଜରୀ ପାଇଁ ୬ ଟି, ପୋଷ୍ଟ୍ ସର୍ଜରୀ ପାଇଁ ୬ଟି ଶଯ୍ୟା । ସେହିପରି ଆଇସୋଲେସନ୍ ଶଯ୍ୟା ୪ ଟି ଥିବାବେଳେ ୧୨ ଟି କ୍ୟାବିନ୍ ବ୍ୟବସ୍ଥା କରାଯାଇଛି। ରେଡିଏନ୍ସ ଅଙ୍କୋଲୋଜିଷ୍ଟ, ମେଡିକାଲ ଅଙ୍କୋଲୋଜିଷ୍ଟ, ପାଲୋଜିଷ୍ଟ, ସର୍ଜରୀ ସ୍ପେସିଆଲିଷ୍ଟ, ସ୍ତ୍ରୀ ଓ ପ୍ରସୂତି ବିଶେଷଜ୍ଞ, କର୍ଣ୍ଣ-ନାଶା-ଗଳା ବିଶେଷଜ୍ଞ, ଦାନ୍ତ ରୋଗ ବିଶେଷଜ୍ଞ, ମେଡିସିନ ସ୍ପେସିଆଲିଷ୍ଟ, ରେଡିଏଂଶ ଟେକ୍ନୋଲୋଜିଷ୍ଟ , ଫାର୍ମାସିଷ୍ଟ, ଲ୍ୟାବ ଟେକ୍ନିସିଆନ ଓ ନର୍ସିଂ ଅଫିସରର ଆଦି ନିଯୁକ୍ତି ପାଇସାରିଛନ୍ତି ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post