ଆସନ୍ତା ୨୮ ତାରିଖ ଠାରୁ ୪ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୮ ଫେବ୍ରୁଆରିରେ ନୂଆଦିଲ୍ଲୀରୁ ଏକ ସତନ୍ତ୍ର ବିମାନ ଯୋଗେ ଝାଡ଼ଖଣ୍ଡର ରାଜଧାନୀ ରାଂଚି ପହଂଚିବେ ଓ ସେଠାରେ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଠାରୁ ସେ ବାୟୂସେନାର ହେଲିକେପ୍ଟର ଯୋଗେ ମୟୂରଭଂଜ ଜିଲ୍ଲା ରାଇରଙ୍ଗପୁର ପହଂଚି ନିର୍ଦ୍ଧାରିତ କାର୍ଯ୍ୟକ୍ରମରେ ଯୋଗଦେବେ। ରାଇରଙ୍ଗପୁର ନିକଟସ୍ଥ କେନ୍ଦ୍ରୀୟ ବିଦ୍ୟାଳୟ ପାର୍ଶ୍ବରେ ହୋଲିଡେ ହୋମ୍‌ର ଭୂମିପୂଜା କରିବେ। ପରେ କଣ୍ଟାବଣୀ ଗ୍ରାମ ନିକଟରେ ଉପଖଣ୍ଡରେ କ୍ରୀଡ଼ାର ଭିତ୍ତିଭୂମିର ବିକାଶ ପାଇଁ କ୍ରୀଡ଼ା ପରିସର ଓ ଅନୁସୂଚିତ ଜାତି ଓ ଜନଜାତି କେନ୍ଦ୍ରର (ଆଦିବାସୀ ସଂଗ୍ରହାଳୟ) ନିର୍ମାଣ ନିମନ୍ତେ ଭୂମିପୂଜନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି।ପରଦିନ ଅର୍ଥାତ୍ ୨୯ ଫେବ୍ରୁଆରିରେ ମୟୂରଭଞ ଜିଲ୍ଲାର ଖିଚିଂସ୍ଥିତ ଥିବା ଅଧିଷ୍ଠାତ୍ରୀ ଦେବୀ ମା’ କିଚକେଶ୍ୱରୀଙ୍କ ମନ୍ଦିରରେ ପହଂଚି ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି। ସେ ଖିଚିଂ ମନ୍ଦିର ପରିସରରେ ଦିବା ୧୦ ଟା ୧୦ରୁ ୧୦ଟା ୪୦ ପର୍ଯ୍ୟନ୍ତ ରହିବେ। ଖିିଚିଂ ମନ୍ଦିର ପରିଦର୍ଶନ ପରେ କେନ୍ଦୁଝର ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ତା ପରଦିନ ଅର୍ଥାତ୍ ୧ ମାର୍ଚ୍ଚରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ଏବଂ ୨ ମାର୍ଚ୍ଚରେ ବ୍ରହ୍ମପୁର ଜିଲ୍ଲା ଗସ୍ତ କରିବେ ବୋଲି ସୂଚନା ମିଳିଛି।