ଭୁବନେଶ୍ୱରରୁ ହଟିବ ରାଜନୈତିକ ପୋଷ୍ଟର। ଏହା ସହ କାନ୍ଥ ଲେଖା ବି ଲିଭାଯିବ। ଏନେଇ ପ୍ରସ୍ତୁତି କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ତେବେ ନିର୍ବାଚନ ଆୟୋଗଙ୍କ ଗାଇଡ୍ ଲାଇନ୍ ଆଧାରରେ ଏହି କାମ କରାଯିବ ବୋଲି ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଛନ୍ତି । ତେବେ ସମସ୍ତ ରାଜନୈତିକ ଦଳ ଗୁଡିକ ଏନେଇ ଅବଗତ ଅଛନ୍ତି । ଏବଂ ଏହି କାମରେ ବିଏମସିକୁ ସହଯୋଗ କରୁଥିବା କମିସନର କୁଲାଙ୍ଗେ ସୂଚନା ଦେଇଛନ୍ତି ।ସୂଚନା ଥାଉକି, ନିର୍ବାଚନ ଆୟୋଗଙ୍କ ଚିଠି ଆଧାରରେ ଏହି ପୋଷ୍ଟର ହଟା କାମ କରାଯିବ। ତେଣୁ ଖୁବଶୀଘ୍ର ଭୁବନେଶ୍ୱରର ବିଭିନ୍ନ କାନ୍ଥ ଓ ପାଚେରୀରେ ଲେଖାଯାଇଥିବା ରାଜନୈତିକ ଲେଖା, ପୋଷ୍ଟର ଓ ବ୍ୟାନର ହଟାଯିବ। ଏହାସହ କାନ୍ଥ, ଗଛ ଓ ଖୁଣ୍ଟରେ ପୋଷ୍ଟର ଲଗାଇବା ଉପରେ କଟକଣା ଲଗାଯାଇଛି।ଏଠାରେ କହି ରଖୁ ଯେ, ପୂର୍ବରୁ ଏହି ପୋଷ୍ଟରକୁ ନେଇ ଭୁବନେଶ୍ୱରରେ ରାଜନୈତିକ ବିବାଦ ଉପୁଜିଥିଲା । ସାଂସଦ ଅପରାଜିତାଙ୍କ ଲେଖା ଲିଭାଇ ଅଡୁଆରେ ପଡିଥିଲା ବିଏମସି । ତେବେ ଏହି କାର୍ୟ୍ୟ ପାଇଁ ପ୍ରାୟ ୧୦ ଲକ୍ଷ ଟଙ୍କା ଜରିମାନା ଆଦାୟ କରି ସାରିଛି ବିଏମସି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post