ପ୍ରଧାନମନ୍ତ୍ରୀ ରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ବିକଶିତ ଭାରତ ବିକଶିତ ଛତିଶଗଡ଼’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ୩୪,୪୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପଗୁଡିକ ମଧ୍ୟରେ ସଡ଼କ, ରେଳବାଇ, କୋଇଲା, ଶକ୍ତି ଏବଂ ସୌର ଶକ୍ତି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ର ଅନ୍ତଭୁକ୍ତ । ପ୍ରଧାନମନ୍ତ୍ରୀ ଏନ୍ଟିପିସିର ଲାରା ସୁପର ଥର୍ମାଲ ପାୱାର ପ୍ରକଳ୍ପ, ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ ଏବଂ ଛତିଶଗଡ଼ର ରାୟଗଡ଼ା ଜିଲ୍ଲାରେ ଏନଟିପିସିର ଲାରା ସୁପର ଥର୍ମାଲ ପାୱାର ପ୍ରକଳ୍ପର ଶିଳାନ୍ୟାସ କରିବେ । ଷ୍ଟେସନର ପ୍ରଥମ ପର୍ଯ୍ୟାୟ ପ୍ରାୟ ୧୫,୮୦୦ କୋଟି ଟଙ୍କା ବିନିଯୋଗରେ ନିର୍ମିତ ହୋଇଥିବା ବେଳେ ପ୍ରକଳ୍ପର ଦ୍ୱିତୀୟ ପର୍ଯ୍ୟାୟଟି ପ୍ରଥମ ପର୍ଯ୍ୟାୟ ପରିସରର ଉପଲବ୍ଧ ଜମିରେ ନିର୍ମାଣ ହେବ, ଯାହା ଫଳରେ ସମ୍ପ୍ରସାରଣ ପାଇଁ କୌଣସି ଅତିରିକ୍ତ ଜମିର ଆବଶ୍ୟକତା ପଡିବ ନାହିଁ ଏବଂ ଏଥିପାଇଁ ୧୫,୫୩୦ କୋଟି ଟଙ୍କା ବିନିଯୋଗ ହେବ । ଏହାସହ ଏହି ଅଞ୍ଚଳରେ ନବୀକରଣୀୟ ଶକ୍ତି ଉତ୍ପାଦନକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରଧାନମନ୍ତ୍ରୀ ରାଜନାନ୍ଦଗାଓଁ ଠାରେ ପ୍ରାୟ ୯୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ସୌର ପିଭି ପ୍ରକଳ୍ପର ଉଦଘାଟନ କରିବେ । ଏହି ପ୍ରକଳ୍ପ ବାର୍ଷିକ ଆନୁମାନିକ ୨୪୩.୫୩ ନିୟୁତ ୟୁନିଟ୍ ବିଦ୍ୟୁତ୍ ଉତ୍ପାଦନ କରିବେ। ରେଳ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଳାସପୁର – ଉସଲାପୁର ଫ୍ଲାଏଓଭରକୁ ଲୋକାର୍ପିତ କରିବେ । ଏହା ଦ୍ୱାରା ବିଳାସପୁରରେ ପ୍ରବଳ ଟ୍ରାଫିକ୍ ସମସ୍ୟା କମିବ ଏବଂ କଟନୀ ଆଡ଼କୁ ଯାଉଥିବା କୋଇଲା ଟ୍ରାଫିକ୍ କମ୍ ହେବ । ପ୍ରଧାନମନ୍ତ୍ରୀ ଭିଲାଇରେ ୫୦ ମେଗାୱାଟ ସୌର ଶକ୍ତି ପ୍ଲାଣ୍ଟକୁ ଲୋକାର୍ପଣ କରିବେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post