ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ବଲାଙ୍ଗିର ସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଅନେକ ପଦ ପୂରଣ ହେବ । ସେନେଇ ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ପ୍ରଫେସର, ଆସୋସିଏଟ୍ ପ୍ରଫେସର, ଆସିଷ୍ଟାଣ୍ଟ ପ୍ରଫେସର / ଗେଷ୍ଟ ଫାକଲଟି ଭାବେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ମୋଟ ୧୩୪ଟି ପଦ ଖାଲି ରହିଥିବା ବେଳେ ୧୪ଟି ପ୍ରଫେସର ପଦ, ୩୫ଟି ଆସୋସିଏଟ୍ ପ୍ରଫେସର ପଦ ଓ ୮୧ଟି ଆସିଷ୍ଟାଣ୍ଟ ପ୍ରଫେସର / ଗେଷ୍ଟ ଫାକଲଟି ପଦ ଖାଲି ରହିଛି । ପ୍ରାର୍ଥୀମାନେ ନିମ୍ନୋକ୍ତ ଲିଙ୍କକୁ ଯାଇ ଆପ୍ଲିକେସନ ଫର୍ମ ଡାଉନଲୋଡ୍ କରିପାରିବେ । ମାର୍ଚ୍ଚ ମାସ ୧୩ ତାରିଖ ଆବେଦନର ଅନ୍ତିମ ତାରିଖ ରହିଛି । ପ୍ରାର୍ଥୀଙ୍କୁ ଏଥିପାଇଁ କୌଣସି ଆବେଦନ ଫିସ୍ ଜମା କରିବାକୁ ପଡ଼ିବ ନାହିଁ । ପ୍ରାର୍ଥୀମାନେ ପ୍ରାସଙ୍ଗିକ ବିଷୟରେ ପିଏଚଡି କରିଥିବା ଆବଶ୍ୟକ । ଆବେଦନ କରିବା ପୂର୍ବରୁ ବିଜ୍ଞପ୍ତିକୁ ଭଲ ଭାବେ ପଢ଼ିବାକୁ ପରାମର୍ଶ ଦିଆଯାଇଛି ।
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post