କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ନିର୍ବାଚନୀ ଅନିୟମିତତା ମାମଲାର ଶୁଣାଣି କରି ଏପରି ରାୟ ପ୍ରକାଶ କରିଛନ୍ତି ହାଇକୋର୍ଟ ।ହାଇକୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବର୍ତ୍ତମାନ ପାଇଁ ବାରବାଟୀ-କଟକ ଆସନ ଫାଙ୍କା ରହିଲା। ଆଗାମୀ ଦିନରେ ହେବାକୁ ଥିବା ନିର୍ବାଚନରେ ଏହି ପଦ ପାଇଁ ଲଢ଼େଇ ହେବ ।ଗତ ୫ ବର୍ଷ ଧରି ମୋକିମ କଟକ-ବାରବାଟୀରୁ ବିଧାୟକ ଭାବେ ନିର୍ବାଚିତ ହୋଇ ନିଜ କାର୍ଯ୍ୟ ସମ୍ପାଦନ କରୁଥିବା ବେଳେ ଏବେ ତାହା ଅସିଦ୍ଧ ହୋଇ ଯାଇଛି। ଫଳରେ ବର୍ତ୍ତମାନ ମୋକିମ ବିଧାୟକ କିମ୍ବା ପୂର୍ବତନ ବିଧାୟକ ବୋଲି ସମ୍ବୋଧିତ ହୋଇ ପାରିବେନି।ମାତ୍ର ଆଗାମୀ ନିର୍ବାଚନ ଲଢ଼ିବା ନିମନ୍ତେ ତାଙ୍କ ପାଇଁ କୌଣସି ଅସୁବିଧା ନାହିଁ । କାରଣ ଏ ସମ୍ପର୍କରେ ହାଇକୋର୍ଟ କୌଣସି ଅର୍ଡର ଦେଇ ନାହାନ୍ତି। ଗତ ବିଧାନସଭା ନିର୍ବାଚନରେ ନାମାଙ୍କନ ଦାଖଲ ବେଳେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନ ଥିଲେ ମୋକିମ । ଏପରିକି ସେ ଜାଣିଶୁଣି କିଛି କାଟାଗୋରି ଛାଡ଼ି ଯାଇଥିଲେ। ନାମାଙ୍କନ ପତ୍ରରେ ଏସମ୍ପର୍କୀତ ତଥ୍ୟ ଲୁଚାଇଥିବାରୁ ତାହା RTI ଆକ୍ଟକୁ ଉଲ୍ଳଘଂନ କରୁଛି ବୋଲି ବିଜେଡି ନେତା ତଥା ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ। ଦେବାଶିଷ ଏନେଇ ୨୦୧୯ ମସିହାରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଏକ ମାମଲା ରୁଜୁ କରିଥିଲେ। ସେହି ଆଧାରରେ କୋର୍ଟ ପକ୍ଷରୁ ଉଭୟ ପକ୍ଷଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଥିଲା।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post
Next Post