ଆସନ୍ତା ୧୨ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ଅବସରରେ ଦଳୀୟ ନେତାଙ୍କ ସହ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବାର ସୂଚନା ମଧ୍ୟ ମିଳିଛି ।ସୂଚନା ଅନୁଯାୟୀ, ଦେଶରେ ସାଧାରଣ ନିର୍ବାଚନ ହେବାକୁଥିବାବେଳେ ଓଡିଶାରେ ମେଣ୍ଟ ରାଜନୀତି ଜୋର ଧରିଛି। ଗତକାଲି ଭାଜପା ବରିଷ୍ଠ ନେତା ଦିଲ୍ଲୀ ଯାଇଥିବାବେଳେ ଦିଲ୍ଲୀରୁ ବଡ ନେତା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି । ଅନ୍ୟପଟେ ଓଡିଶାରେ ବିଜେଡିର ଗତକାଲି ନବୀନ ନିବାସରେ ହାଇଲେଭଲ ବୈଠକ ହୋଇଥିଲା। ବିଜେଡିର ବରିଷ୍ଠ ନେତା ଏନେଇ ସଙ୍କେତ ଦେଇଥିଲେ ହେଁ ଏବେ ଯାଏଁ କୌଣସି ଦଳ ପକ୍ଷରୁ ମେଣ୍ଟ ନେଇ ସ୍ପଷ୍ଟ ସୂଚନା ଦିଆଯାଇନାହିଁ । ହୁଏତ ଅମିତ ଶାହାଙ୍କ ଗସ୍ତ ଅବସରରେ ମେଣ୍ଟ ନେଇ କିଛି ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ହେଉଛି ।
Trending
- ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେବାର ନିଷ୍ପତ୍ତି ଧର୍ମେନ୍ଦ୍ର ପ୍ରଧାନଙ୍କ ଉଚ୍ଚ ନୈତିକ ଆଦର୍ଶ ଓ ଦାୟିତ୍ୱବୋଧର ପରିଚୟ : ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ମହାପ୍ରଭୁଙ୍କ ସୁନା ବେଶ ପାଇଁ ଭୁବନେଶ୍ୱର-ପୁରୀ ରାସ୍ତାରେ ଅସମ୍ଭାଳ ଭିଡ଼,ମାଳତୀପାଟପୁର ଟ୍ରାଫିକ ଅତିକ୍ରମ କରିବାକୁ ଲାଗୁଛି ୨ ଘଣ୍ଟାରୁ ଅଧିକ ସମୟ
- କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ: ଅପରାଧିକ ପୃଷ୍ଠଭୂମି ଥିବା ୨,୦୦୦ ରୁ ଅଧିକ ବ୍ୟକ୍ତିଙ୍କୁ ଚିହ୍ନଟ,୫ ଟି ଏଫଆଇଆର,୧୩୦ ପୁଲିସ ଆହତ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିକଟକୁ ନିଜର ଇସ୍ତଫା ପତ୍ର ପଠାଇଲେ ଧର୍ମେନ୍ଦ୍ର ପ୍ରଧାନ
- ଏହା “ଗଣତନ୍ତ୍ରର ବିଜୟ”। “ଛାତ୍ର ଏକତା ଜିନ୍ଦାବାଦ” : ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ସିଜେପିର ପ୍ରତିକ୍ରିୟା
- ଛାତ୍ରଛାତ୍ରୀଙ୍କ ଜୋରଦାର ପ୍ରତିବାଦ ,ଇସ୍ତଫା ଦେଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
- ସୁନାବେଶ ଓ ଅଧରପଣା ପାଇଁ ପୁରୀକୁ ଚାଲିବ ସ୍ୱତନ୍ତ୍ର ଟ୍ରେନ୍
- ଆଜି ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ,ବଡ଼ଦାଣ୍ଡରେ ରାଜାଧିରାଜ ରୂପରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି
- ବ୍ୟକ୍ତିଗତ କାରଣରୁ ରାଜ୍ୟ ବାହାରକୁ କିମ୍ବା ବିଦେଶ ଯିବା ପାଇଁ ଅତି କମ୍ ରେ ୨୧ ଦିନ ପୂର୍ବରୁ ଛୁଟି ଆବେଦନ କରିବାକୁ ନିର୍ଦ୍ଦେଶ ଜାରି
- ବାହୁଡ଼ା ଯାତ୍ରା ବେଳେ ପୁଣି ଜଣେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ, ମୃତକ ଜଣକ କଟକର ଅବିରାମ ଦାସ
Prev Post
Next Post