ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ବୃଦ୍ଧି

ଆଉଟସୋର୍ସିଂ କର୍ମଚାରୀ ଓ ସର୍ଭିସ ପ୍ରୋଭାଇଡର୍ ଏଜେନ୍ସି ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଓଡ଼ିଶା ଷ୍ଟେଟ୍‌ ଆଉଟସୋର୍ସିଂ ଏମ୍ପ୍ଲୋଇଜ୍ ଲୋକପାଳ ଗଠନ ବିଷୟରେ ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।ଆଉଟସୋର୍ସିଂ କର୍ମଚାରୀଙ୍କ ଦରମା ବଢ଼ାଇଲେ ରାଜ୍ୟ ସରକାର । ଆଉଟସୋର୍ସିଂ କର୍ମଚାରୀଙ୍କ ମାସିକ ପାରିଶ୍ରମିକ ୨୫ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର । ପ୍ରତି ୫ ବର୍ଷର ଅଭିଜ୍ଞତା ପାଇଁ ମାସିକ ଅଧିକ ଏକ ହଜାର ମିଳିବ ବୋଲି ନିର୍ଦ୍ଦେଶ ରହିଛି । କର୍ମଚାରୀମାନେ ଯେଭଳି ଭାବେ ମାସ ଶେଷକୁ ପାରିଶ୍ରମିକ ଠିକ୍ ହିସାବରେ ପାଇବେ, ଏହା ସୁନିଶ୍ଚିତ କରିବାକୁ ସରକାର ବ୍ୟବସ୍ଥା ଗ୍ରହଣ କରିଛନ୍ତି ।ସେହିପରି ଆଉଟସୋର୍ସିଂ କର୍ମଚାରୀ ଓ ସର୍ଭିସ ପ୍ରୋଭାଇଡର୍ ଏଜେନ୍ସି ମଧ୍ୟରେ ଥିବା ବିବାଦର ସମାଧାନ ପାଇଁ ଓଡ଼ିଶା ଷ୍ଟେଟ୍‌ ଆଉଟସୋର୍ସିଂ ଏମ୍ପ୍ଲୋଇଜ୍ ଲୋକପାଳ ଗଠନ ବିଷୟରେ ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମହିଳା କର୍ମଚାରୀଙ୍କ କ୍ଷେତ୍ରରେ ପ୍ରଥମ ଦୁଇଟି ସନ୍ତାନ ଜନ୍ମ ପର୍ଯ୍ୟନ୍ତ ୧୨୦ ଦିନର ମାତୃତ୍ବ ଛୁଟି ନେଇପାରିବେ । ଆଉଟସୋର୍ସିଂ କର୍ମଚାରୀ ତଥା ସର୍ଭିସ ପ୍ରୋଭାଇଡର ଏଜେନ୍ସିଙ୍କ ଅଭିଯୋଗ ଶୁଣାଣି ପାଇଁ ପ୍ରତି ବିଭାଗରେ ଜଣେ ଲେଖାଏଁ ନୋଡାଲ ଅଫିସର ରହିବେ ବୋଲି ନିର୍ଦ୍ଦେଶ ଦେଇଛନ୍ତି ସରକାର।