ଚଳିତ ମାସ ୧୧ ଓ ୧୨ ତାରିଖରେ ଏହି ପଦ ପାଇଁ ପ୍ରିଲିମିନାରୀ ପରୀକ୍ଷା ଆୟୋଜିତ ହେବ । ସେନେଇ ନିକଟରେ ଓଏସଏସସି ୱେବସାଇଟରେ ଆଡମିଟ୍ କାର୍ଡ ଜାରି କରାଯାଇଥିଲା । ତେବେ ପରୀକ୍ଷାର ୩ ଦିନ ପୂର୍ବରୁ ଆସିଛି ଏକ ଜରୁରୀ ଖବର । ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ପ୍ରିଲିମିନାରୀ ପରୀକ୍ଷା ସେଣ୍ଟର ପରିବର୍ତ୍ତନ କରାଯାଇଛି । ପୂର୍ବରୁ ଜେଟ ସ୍ମାର୍ଟ ଆଇଟି ସର୍ଭିସେସରେ ପରୀକ୍ଷା ହେବା ନେଇ ସ୍ଥିରୀକୃତ ହୋଇଥିବା ବେଳେ ଏବେ ତାହା ରାଧା ମୋହନ ଆସେସମେଣ୍ଟ ସର୍ଭିସେସ ପ୍ରା. ଲିଃ.ରେ ହେବ ବୋଲି ସୂଚନା ଜାରି କରାଯାଇଛି । ପରୀକ୍ଷା ପୂର୍ବରୁ ପ୍ରାର୍ଥୀମାନେ ୱେବସାଇଟ୍ ଚେକ୍ କରିବା ଆବଶ୍ୟକ ।ପ୍ରିଲିମିନାରୀ ପରୀକ୍ଷାରେ ପ୍ରାର୍ଥୀଙ୍କୁ ୨ ଘଣ୍ଟା ମଧ୍ୟରେ ୧୨୫ ମାର୍କର ଉତ୍ତର ଦେବାକୁ ପଡ଼ିବ । ପ୍ରତ୍ୟେକ ଭୁଲ୍ ଉତ୍ତର ପାଇଁ ୦.୨୫ ହିସାବରେ ନେଗେଟିଭ୍ ମାର୍କିଂ ବ୍ୟବସ୍ଥା ରହିଛି । ୟୁଆରଙ୍କ ପାଇଁ ୧୧୬ଟି, ଶିକ୍ଷା ଓ ଆର୍ଥିକ ଦୁର୍ବଳ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୨୮ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୩୯ଟି ଓ ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୫୧ଟି ପଦ ଖାଲି ରହିଛି । ପ୍ରିଲିମିନାରୀ, ମୁଖ୍ୟ ପରୀକ୍ଷା ଓ କମ୍ପ୍ୟୁଟର ଦକ୍ଷତା ପରୀକ୍ଷା ଆଧାରରେ ଯୋଗ୍ୟ ପ୍ରାର୍ଥୀଙ୍କୁ ଚୟନ କରାଯିବ
Trending
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
Prev Post