ଉପକୂଳରେ ବର୍ଷା ସମ୍ଭାବନା

ଆସନ୍ତା ୧୧ ତାରିଖରୁ ୩ ଦିନ ଯାଏଁ ରାଜ୍ୟରେ ଦିନର ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଶନିବାର ସକାଳେୂ ଉପକୂଳ ଓଡ଼ିଶାର କିଛି ଜିଲ୍ଲା ସମେତ କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, କେରାପୁଟ, କଟକ, ମାଲକାନଗିରି, ବଲାଙ୍ଗିର, ବୌଦ୍ଧ ଓ ନବରଙ୍ଗପରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।